Ezekiel 16:38 in Oriya 38 ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।
Other Translations King James Version (KJV) And I will judge thee, as women that break wedlock and shed blood are judged; and I will give thee blood in fury and jealousy.
American Standard Version (ASV) And I will judge thee, as women that break wedlock and shed blood are judged; and I will bring upon thee the blood of wrath and jealousy.
Bible in Basic English (BBE) And you will be judged by me as women are judged who have been untrue to their husbands and have taken life; and I will let loose against you passion and bitter feeling.
Darby English Bible (DBY) And I will judge thee with the judgments of women that commit adultery and shed blood; and I will give thee up to the blood of fury and jealousy;
World English Bible (WEB) I will judge you, as women who break wedlock and shed blood are judged; and I will bring on you the blood of wrath and jealousy.
Young's Literal Translation (YLT) And I have judged thee -- judgments of adultresses, And of women shedding blood, And have given thee blood, fury, and jealousy.
Cross Reference Genesis 9:6 in Oriya 6 ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Genesis 38:11 in Oriya 11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
Genesis 38:24 in Oriya 24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”
Exodus 21:12 in Oriya 12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।
Leviticus 20:10 in Oriya 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Numbers 35:31 in Oriya 31 ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
Deuteronomy 22:22 in Oriya 22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।
Psalm 79:3 in Oriya 3 ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
Jeremiah 18:21 in Oriya 21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Ezekiel 16:20 in Oriya 20 “ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
Ezekiel 16:36 in Oriya 36 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
Ezekiel 16:40 in Oriya 40 ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।
Ezekiel 23:25 in Oriya 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଜାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
Ezekiel 23:45 in Oriya 45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Zephaniah 1:17 in Oriya 17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।
Matthew 1:18 in Oriya 18 ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
John 8:3 in Oriya 3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
Revelation 16:6 in Oriya 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ।