Ezekiel 16:46 in Oriya 46 ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
Other Translations King James Version (KJV) And thine elder sister is Samaria, she and her daughters that dwell at thy left hand: and thy younger sister, that dwelleth at thy right hand, is Sodom and her daughters.
American Standard Version (ASV) And thine elder sister is Samaria, that dwelleth at thy left hand, she and her daughters; and thy younger sister, that dwelleth at thy right hand, is Sodom and her daughters.
Bible in Basic English (BBE) Your older sister is Samaria, living at your left hand, she and her daughters: and your younger sister, living at your right hand, is Sodom and her daughters.
Darby English Bible (DBY) And thine elder sister is Samaria that dwelleth at thy left hand, she and her daughters; and thy younger sister, that dwelleth at thy right hand, is Sodom and her daughters.
World English Bible (WEB) Your elder sister is Samaria, who dwells at your left hand, she and her daughters; and your younger sister, who dwells at your right hand, is Sodom and her daughters.
Young's Literal Translation (YLT) And thine elder sister `is' Samaria, she and her daughters, Who is dwelling at thy left hand, And thy younger sister, who is dwelling on thy right hand, `is' Sodom and her daughters.
Cross Reference Genesis 13:10 in Oriya 10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Genesis 14:8 in Oriya 8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
Genesis 18:20 in Oriya 20 ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
Genesis 19:24 in Oriya 24 ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
Genesis 19:29 in Oriya 29 ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
Deuteronomy 29:23 in Oriya 23 ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
Deuteronomy 32:32 in Oriya 32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
Isaiah 1:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 23:14 in Oriya 14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
Lamentations 4:6 in Oriya 6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ' ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
Ezekiel 16:27 in Oriya 27 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
Ezekiel 16:48 in Oriya 48 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।
Ezekiel 16:51 in Oriya 51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
Ezekiel 16:53 in Oriya 53 ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
Ezekiel 16:61 in Oriya 61 ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।
Ezekiel 23:4 in Oriya 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
Ezekiel 23:11 in Oriya 11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।
Ezekiel 23:31 in Oriya 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
Ezekiel 26:6 in Oriya 6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Micah 1:5 in Oriya 5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?
Luke 17:28 in Oriya 28 ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗେଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
2 Peter 2:6 in Oriya 6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
Jude 1:7 in Oriya 7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Revelation 11:8 in Oriya 8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା।