Ezekiel 16:7 in Oriya 7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
Other Translations King James Version (KJV) I have caused thee to multiply as the bud of the field, and thou hast increased and waxen great, and thou art come to excellent ornaments: thy breasts are fashioned, and thine hair is grown, whereas thou wast naked and bare.
American Standard Version (ASV) I caused thee to multiply as that which groweth in the field, and thou didst increase and wax great, and thou attainedst to excellent ornament; thy breasts were fashioned, and thy hair was grown; yet thou wast naked and bare.
Bible in Basic English (BBE) And be increased in number like the buds of the field; and you were increased and became great, and you came to the time of love: your breasts were formed and your hair was long; but you were uncovered and without clothing.
Darby English Bible (DBY) I caused thee to multiply, as the bud of the field; and thou didst increase and grow great, and thou camest to fulness of beauty; [thy] breasts were fashioned, and thy hair grew: but thou wast naked and bare.
World English Bible (WEB) I caused you to multiply as that which grows in the field, and you increased and grew great, and you attained to excellent ornament; your breasts were fashioned, and your hair was grown; yet you were naked and bare.
Young's Literal Translation (YLT) A myriad -- as the shoot of the field I have made thee, And thou art multiplied, and art great, And comest in with an excellent adornment, Breasts have been formed, and thy hair hath grown -- And thou, naked and bare!
Cross Reference Genesis 22:17 in Oriya 17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
Exodus 1:7 in Oriya 7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।
Exodus 3:22 in Oriya 22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
Exodus 12:37 in Oriya 37 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ।
Deuteronomy 1:10 in Oriya 10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
Deuteronomy 4:8 in Oriya 8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି ?
Deuteronomy 32:10 in Oriya 10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
Deuteronomy 33:26 in Oriya 26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
Nehemiah 9:18 in Oriya 18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
Job 1:21 in Oriya 21 ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
Psalm 135:4 in Oriya 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
Psalm 147:20 in Oriya 20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 148:14 in Oriya 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 149:2 in Oriya 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
Song of Solomon 4:5 in Oriya 5 କଇଁ ଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Isaiah 62:3 in Oriya 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
Ezekiel 16:10 in Oriya 10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
Ezekiel 16:16 in Oriya 16 ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ୍ ନୁହେଁ।
Ezekiel 16:22 in Oriya 22 ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
Hosea 2:3 in Oriya 3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Hosea 2:9 in Oriya 9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
Acts 7:17 in Oriya 17 କିନ୍ତୁ ଈଶ୍ୱର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ।
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;