Ezekiel 17:16 in Oriya 16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।
Other Translations King James Version (KJV) As I live, saith the Lord GOD, surely in the place where the king dwelleth that made him king, whose oath he despised, and whose covenant he brake, even with him in the midst of Babylon he shall die.
American Standard Version (ASV) As I live, saith the Lord Jehovah, surely in the place where the king dwelleth that made him king, whose oath he despised, and whose covenant he brake, even with him in the midst of Babylon he shall die.
Bible in Basic English (BBE) By my life, says the Lord, truly in the place of the king who made him king, whose oath he put on one side and let his agreement with him be broken, even in Babylon he will come to his death.
Darby English Bible (DBY) [As] I live, saith the Lord Jehovah, verily in the place of the king that made him king, whose oath he despised, and whose covenant he broke, even with him, in the midst of Babylon, shall he die.
World English Bible (WEB) As I live, says the Lord Yahweh, surely in the place where the king dwells who made him king, whose oath he despised, and whose covenant he broke, even with him in the midst of Babylon he shall die.
Young's Literal Translation (YLT) I live -- an affirmation of the Lord Jehovah, Doth he not -- in the place of the king who is causing him to reign, Whose oath he hath despised, And whose covenant he hath broken, With him -- in the midst of Babylon -- die?
Cross Reference Exodus 8:2 in Oriya 2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
Exodus 20:7 in Oriya 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Numbers 30:2 in Oriya 2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
Joshua 9:20 in Oriya 20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।
2 Samuel 21:2 in Oriya 2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
2 Kings 24:17 in Oriya 17 ପୁଣି ବାବିଲର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।
Psalm 15:4 in Oriya 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
Jeremiah 32:4 in Oriya 4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
Jeremiah 34:3 in Oriya 3 ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।'
Jeremiah 39:7 in Oriya 7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
Jeremiah 52:11 in Oriya 11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
Ezekiel 12:13 in Oriya 13 ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।
Ezekiel 16:59 in Oriya 59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
Ezekiel 17:10 in Oriya 10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ ? ବଢ଼ିବା କିଆରୀରେ ତାହା ଶୁଷ୍କ ହୋଇଯିବ।
Ezekiel 17:13 in Oriya 13 ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ
Ezekiel 17:18 in Oriya 18 କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।
Hosea 10:4 in Oriya 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Zechariah 5:3 in Oriya 3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Romans 1:31 in Oriya 31 ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।
1 Timothy 1:10 in Oriya 10 ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
2 Timothy 3:3 in Oriya 3 ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,