Ezekiel 18:17 in Oriya 17 ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।
Other Translations King James Version (KJV) That hath taken off his hand from the poor, that hath not received usury nor increase, hath executed my judgments, hath walked in my statutes; he shall not die for the iniquity of his father, he shall surely live.
American Standard Version (ASV) that hath withdrawn his hand from the poor, that hath not received interest nor increase, hath executed mine ordinances, hath walked in my statutes; he shall not die for the iniquity of his father, he shall surely live.
Bible in Basic English (BBE) Who has kept his hand from evil-doing and has not taken interest or great profits, who has done my orders and been guided by my rules: he will certainly not be put to death for the evil-doing of his father; life will certainly be his.
Darby English Bible (DBY) he hath withdrawn his hand from the poor, hath not received usury nor increase, hath executed my judgments, [and] walked in my statutes: he shall not die for the iniquity of his father, he shall certainly live.
World English Bible (WEB) who has withdrawn his hand from the poor, who has not received interest nor increase, has executed my ordinances, has walked in my statutes; he shall not die for the iniquity of his father, he shall surely live.
Young's Literal Translation (YLT) From the afflicted he hath turned back his hand, Usury and increase he hath not taken, My judgments he hath done, In My statutes he hath walked, He doth not die for the iniquity of his father, He doth surely live.
Cross Reference Leviticus 18:4 in Oriya 4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Leviticus 18:26 in Oriya 26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
Leviticus 18:30 in Oriya 30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Job 29:16 in Oriya 16 ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ' ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
Proverbs 14:31 in Oriya 31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
Proverbs 29:7 in Oriya 7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
Proverbs 29:14 in Oriya 14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
Jeremiah 16:11 in Oriya 11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Jeremiah 22:16 in Oriya 16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ?
Ezekiel 3:21 in Oriya 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Ezekiel 18:8 in Oriya 8 ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
Ezekiel 18:13 in Oriya 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
Ezekiel 18:19 in Oriya 19 ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।
Ezekiel 18:28 in Oriya 28 ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Ezekiel 20:30 in Oriya 30 ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କି ଆପଣାମାନଙ୍କର ପିତୃପୁରୁଷଗଣର ରୀତିଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ ?
Ezekiel 33:13 in Oriya 13 ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, “ତହିଁରେ ହିଁ ସେ ମରିବ।”
Ezekiel 33:15 in Oriya 15 ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।
Daniel 4:27 in Oriya 27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।
Malachi 3:7 in Oriya 7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”
Matthew 18:27 in Oriya 27 ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।
Matthew 23:29 in Oriya 29 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
Luke 19:8 in Oriya 8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।