Ezekiel 18:20 in Oriya 20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
Other Translations King James Version (KJV) The soul that sinneth, it shall die. The son shall not bear the iniquity of the father, neither shall the father bear the iniquity of the son: the righteousness of the righteous shall be upon him, and the wickedness of the wicked shall be upon him.
American Standard Version (ASV) The soul that sinneth, it shall die: the son shall not bear the iniquity of the father, neither shall the father bear the iniquity of the son; the righteousness of the righteous shall be upon him, and the wickedness of the wicked shall be upon him.
Bible in Basic English (BBE) The soul which does sin will be put to death: the son will not be made responsible for the evil-doing of the father, or the father for the evil-doing of the son; the righteousness of the upright will be on himself, and the evil-doing of the evil-doer on himself.
Darby English Bible (DBY) The soul that sinneth, it shall die. The son shall not bear the iniquity of the father, neither shall the father bear the iniquity of the son; the righteousness of the righteous shall be upon him, and the wickedness of the wicked shall be upon him.
World English Bible (WEB) The soul who sins, he shall die: the son shall not bear the iniquity of the father, neither shall the father bear the iniquity of the son; the righteousness of the righteous shall be on him, and the wickedness of the wicked shall be on him.
Young's Literal Translation (YLT) The soul that doth sin -- it doth die. A son doth not bear of the iniquity of the father, And a father doth not bear of the iniquity of the son, The righteousness of the righteous is on him, And the wickedness of the wicked is on him.
Cross Reference Leviticus 5:1 in Oriya 1 “ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।
Leviticus 5:17 in Oriya 17 ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।
Leviticus 10:17 in Oriya 17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
Leviticus 16:22 in Oriya 22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
Leviticus 19:8 in Oriya 8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Numbers 18:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବହିବ।
Deuteronomy 24:16 in Oriya 16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।
1 Kings 8:32 in Oriya 32 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
1 Kings 14:13 in Oriya 13 ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।
2 Kings 14:6 in Oriya 6 ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
2 Kings 22:18 in Oriya 18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
2 Chronicles 6:23 in Oriya 23 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
2 Chronicles 6:30 in Oriya 30 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
2 Chronicles 25:4 in Oriya 4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Jeremiah 31:29 in Oriya 29 'ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,' ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ।
Ezekiel 4:4 in Oriya 4 ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ୱରେ ଶୟନ କରି ଇସ୍ରାଏଲ ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବହିବ।
Ezekiel 18:4 in Oriya 4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
Ezekiel 18:13 in Oriya 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Ezekiel 33:10 in Oriya 10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Romans 2:6 in Oriya 6 ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
Revelation 22:12 in Oriya 12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।