Ezekiel 18:21 in Oriya 21 ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Other Translations King James Version (KJV) But if the wicked will turn from all his sins that he hath committed, and keep all my statutes, and do that which is lawful and right, he shall surely live, he shall not die.
American Standard Version (ASV) But if the wicked turn from all his sins that he hath committed, and keep all my statutes, and do that which is lawful and right, he shall surely live, he shall not die.
Bible in Basic English (BBE) But if the evil-doer, turning away from all the sins which he has done, keeps my rules and does what is ordered and right, life will certainly be his; death will not be his fate.
Darby English Bible (DBY) And the wicked, if he turn from all his sins which he hath committed, and keep all my statutes, and do judgment and justice, he shall certainly live, he shall not die.
World English Bible (WEB) But if the wicked turn from all his sins that he has committed, and keep all my statutes, and do that which is lawful and right, he shall surely live, he shall not die.
Young's Literal Translation (YLT) And the wicked -- when he turneth back From all his sins that he hath done, And he hath kept all My statutes, And hath done judgment and righteousness, He doth surely live, he doth not die.
Cross Reference Genesis 26:5 in Oriya 5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
Psalm 119:1 in Oriya 1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Psalm 119:80 in Oriya 80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ' ଅନ୍ତଃକରଣ ସିଦ୍ଧ ହେଉ।
Psalm 119:112 in Oriya 112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
Proverbs 28:13 in Oriya 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Ezekiel 3:21 in Oriya 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Ezekiel 18:5 in Oriya 5 ମାତ୍ର ଯଦି ମନୁଷ୍ୟ ଧାର୍ମିକ ହୁଏ, ନ୍ୟାୟ ଓ ଧର୍ମାଚରଣ କରେ,
Ezekiel 18:9 in Oriya 9 ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।”
Ezekiel 18:17 in Oriya 17 ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।
Ezekiel 18:19 in Oriya 19 ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।
Ezekiel 18:27 in Oriya 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Ezekiel 33:11 in Oriya 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
Ezekiel 33:19 in Oriya 19 ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
Ezekiel 36:27 in Oriya 27 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
Romans 8:13 in Oriya 13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
James 2:14 in Oriya 14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ?
James 2:26 in Oriya 26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।