Ezekiel 18:6 in Oriya 6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
Other Translations King James Version (KJV) And hath not eaten upon the mountains, neither hath lifted up his eyes to the idols of the house of Israel, neither hath defiled his neighbour's wife, neither hath come near to a menstruous woman,
American Standard Version (ASV) and hath not eaten upon the mountains, neither hath lifted up his eyes to the idols of the house of Israel, neither hath defiled his neighbor's wife, neither hath come near to a woman in her impurity,
Bible in Basic English (BBE) And has not taken flesh with the blood for food, or given worship to the images of the children of Israel; if he has not had connection with his neighbour's wife, or come near to a woman at the time when she is unclean;
Darby English Bible (DBY) -- he hath not eaten upon the mountains, nor lifted up his eyes to the idols of the house of Israel, neither hath defiled his neighbour's wife, nor come near to a woman in her separation,
World English Bible (WEB) and has not eaten on the mountains, neither has lifted up his eyes to the idols of the house of Israel, neither has defiled his neighbor's wife, neither has come near to a woman in her impurity,
Young's Literal Translation (YLT) On the mountains he hath not eaten, And his eyes he hath not lifted up Unto idols of the house of Israel, And the wife of his neighbour defiled not, And to a separated woman cometh not near,
Cross Reference Exodus 34:15 in Oriya 15 କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
Leviticus 18:19 in Oriya 19 ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
Leviticus 20:10 in Oriya 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Leviticus 20:18 in Oriya 18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
Numbers 25:2 in Oriya 2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
Deuteronomy 4:19 in Oriya 19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
Deuteronomy 22:22 in Oriya 22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।
Psalm 121:1 in Oriya 1 ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ ?
Psalm 123:1 in Oriya 1 ଆରୋହଣ-ଗୀତ। ହେ ସ୍ୱର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।
Jeremiah 5:8 in Oriya 8 ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
Ezekiel 6:13 in Oriya 13 ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 18:11 in Oriya 11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
Ezekiel 18:15 in Oriya 15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
Ezekiel 20:7 in Oriya 7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Ezekiel 20:24 in Oriya 24 କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
Ezekiel 20:28 in Oriya 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Ezekiel 22:9 in Oriya 9 ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
Ezekiel 33:25 in Oriya 25 ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ ?
Matthew 5:28 in Oriya 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 10:20 in Oriya 20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।