Ezekiel 19:12 in Oriya 12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
Other Translations King James Version (KJV) But she was plucked up in fury, she was cast down to the ground, and the east wind dried up her fruit: her strong rods were broken and withered; the fire consumed them.
American Standard Version (ASV) But it was plucked up in fury, it was cast down to the ground, and the east wind dried up its fruit: its strong rods were broken off and withered; the fire consumed them.
Bible in Basic English (BBE) But she was uprooted in burning wrath, and made low on the earth; the east wind came, drying her up, and her branches were broken off; her strong rod became dry, the fire made a meal of it.
Darby English Bible (DBY) But it was plucked up in fury, it was cast down to the ground, and the east wind dried up its fruit; its strong rods were broken and withered; the fire consumed them.
World English Bible (WEB) But it was plucked up in fury, it was cast down to the ground, and the east wind dried up its fruit: its strong rods were broken off and withered; the fire consumed them.
Young's Literal Translation (YLT) And it is plucked up in fury, To the earth it hath been cast, And the east wind hath dried up its fruit, Broken and withered hath been the rod of its strength, Fire hath consumed it.
Cross Reference Deuteronomy 32:22 in Oriya 22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
2 Kings 23:29 in Oriya 29 ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
2 Kings 23:34 in Oriya 34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲୀୟାକୀମଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
2 Kings 24:6 in Oriya 6 ଏଥିଉତ୍ତାରେ ଯିହୋୟାକୀମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
2 Kings 24:14 in Oriya 14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
2 Kings 25:6 in Oriya 6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
Psalm 52:5 in Oriya 5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା
Psalm 80:12 in Oriya 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
Psalm 80:16 in Oriya 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
Psalm 89:40 in Oriya 40 ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
Isaiah 5:5 in Oriya 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Jeremiah 4:11 in Oriya 11 ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Jeremiah 22:10 in Oriya 10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ।
Jeremiah 22:18 in Oriya 18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”
Jeremiah 22:25 in Oriya 25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
Jeremiah 22:30 in Oriya 30 ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”
Jeremiah 31:28 in Oriya 28 ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି।
Ezekiel 15:4 in Oriya 4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ ?
Ezekiel 15:6 in Oriya 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
Ezekiel 17:10 in Oriya 10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ ? ବଢ଼ିବା କିଆରୀରେ ତାହା ଶୁଷ୍କ ହୋଇଯିବ।
Ezekiel 19:11 in Oriya 11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Ezekiel 28:17 in Oriya 17 ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
Hosea 13:15 in Oriya 15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
Matthew 3:10 in Oriya 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
John 15:6 in Oriya 6 କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।