Ezekiel 19:14 in Oriya 14 ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ। ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।”
Other Translations King James Version (KJV) And fire is gone out of a rod of her branches, which hath devoured her fruit, so that she hath no strong rod to be a sceptre to rule. This is a lamentation, and shall be for a lamentation.
American Standard Version (ASV) And fire is gone out of the rods of its branches, it hath devoured its fruit, so that there is in it no strong rod to be a sceptre to rule. This is a lamentation, and shall be for a lamentation.
Bible in Basic English (BBE) And fire has gone out from her rod, causing the destruction of her branches, so that there is no strong rod in her to be the ruler's rod of authority. This is a song of grief, and it was for a song of grief.
Darby English Bible (DBY) and a fire is gone out of a rod of its branches, [which] hath devoured its fruit; so that it hath no strong rod to be a sceptre for ruling. This is a lamentation, and shall be for a lamentation.
World English Bible (WEB) Fire is gone out of the rods of its branches, it has devoured its fruit, so that there is in it no strong rod to be a scepter to rule. This is a lamentation, and shall be for a lamentation.
Young's Literal Translation (YLT) And go forth doth fire from a rod of its boughs, Its fruit it hath devoured, And it hath no rod of strength -- a sceptre to rule, Lamentation it `is' -- and it is for a lamentation!'
Cross Reference Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Judges 9:15 in Oriya 15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।
2 Kings 24:20 in Oriya 20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ।
2 Chronicles 36:13 in Oriya 13 ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
Nehemiah 9:37 in Oriya 37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;
Psalm 79:7 in Oriya 7 କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
Psalm 80:15 in Oriya 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
Isaiah 9:18 in Oriya 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
Jeremiah 38:23 in Oriya 23 ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
Jeremiah 52:3 in Oriya 3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
Lamentations 4:20 in Oriya 20 ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
Ezekiel 15:4 in Oriya 4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ ?
Ezekiel 17:18 in Oriya 18 କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।
Ezekiel 19:1 in Oriya 1 ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
Ezekiel 19:11 in Oriya 11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Ezekiel 21:25 in Oriya 25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Hosea 10:3 in Oriya 3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?”
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Luke 19:41 in Oriya 41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
John 19:15 in Oriya 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
Romans 9:2 in Oriya 2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି।