Ezekiel 2:3 in Oriya 3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
Other Translations King James Version (KJV) And he said unto me, Son of man, I send thee to the children of Israel, to a rebellious nation that hath rebelled against me: they and their fathers have transgressed against me, even unto this very day.
American Standard Version (ASV) And he said unto me, Son of man, I send thee to the children of Israel, to nations that are rebellious, which have rebelled against me: they and their fathers have transgressed against me even unto this very day.
Bible in Basic English (BBE) And he said to me, Son of man, I am sending you to the children of Israel, to an uncontrolled nation which has gone against me: they and their fathers have been sinners against me even to this very day.
Darby English Bible (DBY) And he said unto me, Son of man, I send thee to the children of Israel, to nations that are rebellious, which have rebelled against me: they and their fathers have transgressed against me unto this very day;
World English Bible (WEB) He said to me, Son of man, I send you to the children of Israel, to nations that are rebellious, which have rebelled against me: they and their fathers have transgressed against me even to this very day.
Young's Literal Translation (YLT) And He saith unto Me, `Son of man, I am sending thee unto the sons of Israel, unto nations who are rebels, who have rebelled against Me; they and their fathers have transgressed against Me, unto this self-same day.
Cross Reference Numbers 20:10 in Oriya 10 ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
Numbers 32:13 in Oriya 13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
Deuteronomy 9:24 in Oriya 24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
Deuteronomy 9:27 in Oriya 27 ଅବ୍ରହାମ, ଇସ୍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
2 Kings 17:17 in Oriya 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Ezra 9:7 in Oriya 7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
Nehemiah 9:16 in Oriya 16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Psalm 106:16 in Oriya 16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
Psalm 106:28 in Oriya 28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
Psalm 106:32 in Oriya 32 ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
Isaiah 6:8 in Oriya 8 ଏଥିଉତ୍ତାରେ “ମୁଁ କାହାକୁ ପଠାଇବି ? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
Jeremiah 1:7 in Oriya 7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Jeremiah 3:25 in Oriya 25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।
Jeremiah 7:2 in Oriya 2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, “ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Jeremiah 16:11 in Oriya 11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
Jeremiah 25:3 in Oriya 3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Jeremiah 26:2 in Oriya 2 “ଯଥା, ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
Jeremiah 36:2 in Oriya 2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
Jeremiah 44:21 in Oriya 21 “ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ ?
Ezekiel 3:4 in Oriya 4 ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
Ezekiel 16:1 in Oriya 1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
Ezekiel 20:1 in Oriya 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 23:1 in Oriya 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Mark 12:2 in Oriya 2 ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
John 20:21 in Oriya 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Romans 10:15 in Oriya 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।