Ezekiel 2:6 in Oriya 6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
Other Translations King James Version (KJV) And thou, son of man, be not afraid of them, neither be afraid of their words, though briers and thorns be with thee, and thou dost dwell among scorpions: be not afraid of their words, nor be dismayed at their looks, though they be a rebellious house.
American Standard Version (ASV) And thou, son of man, be not afraid of them, neither be afraid of their words, though briers and thorns are with thee, and thou dost dwell among scorpions: be not afraid of their words, nor be dismayed at their looks, though they are a rebellious house.
Bible in Basic English (BBE) And you, son of man, have no fear of them or of their words, even if sharp thorns are round you and you are living among scorpions: have no fear of their words and do not be overcome by their looks, for they are an uncontrolled people.
Darby English Bible (DBY) And thou, son of man, be not afraid of them, and be not afraid of their words; for briars and thorns are with thee, and thou dwellest among scorpions: be not afraid of their words, and be not dismayed at their faces; for they are a rebellious house.
World English Bible (WEB) You, son of man, don't be afraid of them, neither be afraid of their words, though briers and thorns are with you, and you do dwell among scorpions: don't be afraid of their words, nor be dismayed at their looks, though they are a rebellious house.
Young's Literal Translation (YLT) `And thou, son of man, thou art not afraid of them, yea, of their words thou art not afraid, for briers and thorns are with thee, and near scorpions thou art dwelling, of their words thou art not afraid, and of their faces thou art not affrighted, for they `are' a rebellious house,
Cross Reference 2 Samuel 23:6 in Oriya 6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
2 Kings 1:15 in Oriya 15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
Proverbs 30:13 in Oriya 13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
Isaiah 9:18 in Oriya 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Jeremiah 1:8 in Oriya 8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
Jeremiah 1:17 in Oriya 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Jeremiah 6:28 in Oriya 28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Ezekiel 3:8 in Oriya 8 ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।”
Ezekiel 3:26 in Oriya 26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
Ezekiel 28:24 in Oriya 24 ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Amos 7:10 in Oriya 10 ଯେତେବେଳେ ବୈଥେଲର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।”
Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Micah 7:4 in Oriya 4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Luke 10:19 in Oriya 19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Luke 12:4 in Oriya 4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
Acts 4:13 in Oriya 13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Acts 4:19 in Oriya 19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଇଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଇଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Acts 4:29 in Oriya 29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Philippians 1:28 in Oriya 28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;
2 Timothy 1:7 in Oriya 7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।
1 Peter 3:14 in Oriya 14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
Revelation 9:3 in Oriya 3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।