Ezekiel 20:1 in Oriya 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ।
Other Translations King James Version (KJV) And it came to pass in the seventh year, in the fifth month, the tenth day of the month, that certain of the elders of Israel came to enquire of the LORD, and sat before me.
American Standard Version (ASV) And it came to pass in the seventh year, in the fifth `month', the tenth `day' of the month, that certain of the elders of Israel came to inquire of Jehovah, and sat before me.
Bible in Basic English (BBE) Now it came about in the seventh year, in the fifth month, on the tenth day of the month, that certain of the responsible men of Israel came to get directions from the Lord and were seated before me.
Darby English Bible (DBY) And it came to pass in the seventh year, in the fifth [month], the tenth of the month, [that] certain of the elders of Israel came to inquire of Jehovah, and they sat before me.
World English Bible (WEB) It happened in the seventh year, in the fifth [month], the tenth [day] of the month, that certain of the elders of Israel came to inquire of Yahweh, and sat before me.
Young's Literal Translation (YLT) And it cometh to pass, in the seventh year, in the fifth `month', in the tenth of the month, come in have certain of the elders of Israel to seek Jehovah, and they sit before me;
Cross Reference 1 Kings 14:2 in Oriya 2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋ' ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।
1 Kings 22:15 in Oriya 15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
2 Kings 3:13 in Oriya 13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ'ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
Isaiah 29:13 in Oriya 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
Isaiah 58:2 in Oriya 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Jeremiah 37:17 in Oriya 17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
Ezekiel 1:2 in Oriya 2 ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
Ezekiel 8:1 in Oriya 1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୂଦାର ପ୍ରାଚୀନମାନେ ମୋ' ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା।
Ezekiel 14:1 in Oriya 1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ' ନିକଟକୁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 24:1 in Oriya 1 ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 26:1 in Oriya 1 ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 29:1 in Oriya 1 ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 29:17 in Oriya 17 ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 30:20 in Oriya 20 ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 31:1 in Oriya 1 ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
Ezekiel 32:1 in Oriya 1 ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 33:30 in Oriya 30 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।”
Ezekiel 40:1 in Oriya 1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।
Matthew 22:16 in Oriya 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
Luke 2:46 in Oriya 46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
Luke 8:35 in Oriya 35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
Luke 10:39 in Oriya 39 ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
Acts 22:3 in Oriya 3 ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଇଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;