Ezekiel 20:13 in Oriya 13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Other Translations King James Version (KJV) But the house of Israel rebelled against me in the wilderness: they walked not in my statutes, and they despised my judgments, which if a man do, he shall even live in them; and my sabbaths they greatly polluted: then I said, I would pour out my fury upon them in the wilderness, to consume them.
American Standard Version (ASV) But the house of Israel rebelled against me in the wilderness: they walked not in my statutes, and they rejected mine ordinances, which if a man keep, he shall live in them; and my sabbaths they greatly profaned. Then I said I would pour out my wrath upon them in the wilderness, to consume them.
Bible in Basic English (BBE) But the children of Israel would not be controlled by me in the waste land: they were not guided by my rules, and they were turned away from my orders, which, if a man does them, will be life to him; and they had no respect for my Sabbaths: then I said that I would let loose my passion on them in the waste land, and put an end to them.
Darby English Bible (DBY) But the house of Israel rebelled against me in the wilderness: they walked not in my statutes, and they rejected mine ordinances, which if a man do, he shall live by them; and my sabbaths they greatly profaned: and I said I would pour out my fury upon them in the wilderness, to consume them.
World English Bible (WEB) But the house of Israel rebelled against me in the wilderness: they didn't walk in my statutes, and they rejected my ordinances, which if a man keep, he shall live in them; and my Sabbaths they greatly profaned. Then I said I would pour out my wrath on them in the wilderness, to consume them.
Young's Literal Translation (YLT) And -- rebel against me do the house of Israel in the wilderness, In My statutes they have not walked, And My judgments they have despised, Which the man who doth -- liveth by them. And My sabbaths they have greatly polluted, And I say to pour out My fury on them in the wilderness, to consume them.
Cross Reference Exodus 16:27 in Oriya 27 ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
Exodus 32:8 in Oriya 8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
Exodus 32:10 in Oriya 10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।
Leviticus 26:15 in Oriya 15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
Leviticus 26:43 in Oriya 43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
Numbers 14:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
Numbers 14:22 in Oriya 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
Numbers 14:29 in Oriya 29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
Numbers 15:31 in Oriya 31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।
Numbers 16:20 in Oriya 20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
Numbers 16:45 in Oriya 45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
Numbers 26:25 in Oriya 25 ଇଷାଖରର ଏହି ସକଳ ବଂଶ ଗଣାଯା'ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
Deuteronomy 9:8 in Oriya 8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
Deuteronomy 9:12 in Oriya 12 ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
Deuteronomy 31:27 in Oriya 27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ' ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?
1 Samuel 8:8 in Oriya 8 ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି।
2 Samuel 12:9 in Oriya 9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ଼୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍ ସନ୍ତାନଗଣର ଖଡ଼୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
Nehemiah 9:16 in Oriya 16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Psalm 78:40 in Oriya 40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
Psalm 95:8 in Oriya 8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
Psalm 106:13 in Oriya 13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
Proverbs 1:25 in Oriya 25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
Proverbs 13:13 in Oriya 13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
Isaiah 56:6 in Oriya 6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:16 in Oriya 16 କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।
Ezekiel 20:21 in Oriya 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:24 in Oriya 24 କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Hebrews 10:28 in Oriya 28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;