Ezekiel 20:42 in Oriya 42 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Other Translations King James Version (KJV) And ye shall know that I am the LORD, when I shall bring you into the land of Israel, into the country for the which I lifted up mine hand to give it to your fathers.
American Standard Version (ASV) And ye shall know that I am Jehovah, when I shall bring you into the land of Israel, into the country which I sware to give unto your fathers.
Bible in Basic English (BBE) And you will be certain that I am the Lord, when I take you into the land of Israel, into the country which I made an oath to give to your fathers.
Darby English Bible (DBY) And ye shall know that I [am] Jehovah, when I have brought you into the land of Israel, into the country which I lifted up my hand to give to your fathers.
World English Bible (WEB) You shall know that I am Yahweh, when I shall bring you into the land of Israel, into the country which I swore to give to your fathers.
Young's Literal Translation (YLT) And ye have known that I `am' Jehovah, In My bringing you to the ground of Israel, Unto the land that I did lift up My hand To give it to your fathers,
Cross Reference Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Ezekiel 11:17 in Oriya 17 ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।
Ezekiel 20:38 in Oriya 38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 20:44 in Oriya 44 ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 24:24 in Oriya 24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 26:13 in Oriya 13 ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।
Ezekiel 34:13 in Oriya 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
Ezekiel 36:23 in Oriya 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 37:25 in Oriya 25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ।
Ezekiel 38:23 in Oriya 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।