Ezekiel 20:5 in Oriya 5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
Other Translations King James Version (KJV) And say unto them, Thus saith the Lord GOD; In the day when I chose Israel, and lifted up mine hand unto the seed of the house of Jacob, and made myself known unto them in the land of Egypt, when I lifted up mine hand unto them, saying, I am the LORD your God;
American Standard Version (ASV) and say unto them, Thus saith the Lord Jehovah: In the day when I chose Israel, and sware unto the seed of the house of Jacob, and made myself known unto them in the land of Egypt, when I sware unto them, saying, I am Jehovah your God;
Bible in Basic English (BBE) And say to them, This is what the Lord has said: In the day when I took Israel for myself, when I made an oath to the seed of the family of Jacob, and I gave them knowledge of myself in the land of Egypt, saying to them with an oath, I am the Lord your God;
Darby English Bible (DBY) and say unto them, Thus saith the Lord Jehovah: In the day when I chose Israel, and lifted up my hand unto the seed of the house of Jacob, and made myself known unto them in the land of Egypt, when I lifted up my hand unto them, saying, I [am] Jehovah your God,
World English Bible (WEB) and tell them, Thus says the Lord Yahweh: In the day when I chose Israel, and swore to the seed of the house of Jacob, and made myself known to them in the land of Egypt, when I swore to them, saying, I am Yahweh your God;
Young's Literal Translation (YLT) and thou hast said unto them: Thus said the Lord Jehovah: In the day of My fixing on Israel, I lift up My hand, To the seed of the house of Jacob, And am known to them in the land of Egypt, And I lift up My hand to them, Saying, I `am' Jehovah your God.
Cross Reference Genesis 14:22 in Oriya 22 ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 3:16 in Oriya 16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
Exodus 4:31 in Oriya 31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
Exodus 6:2 in Oriya 2 ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
Exodus 6:6 in Oriya 6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
Exodus 19:4 in Oriya 4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
Exodus 20:2 in Oriya 2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
Deuteronomy 4:34 in Oriya 34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Deuteronomy 4:37 in Oriya 37 ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 11:2 in Oriya 2 ପୁଣି ଆଜିଠାରୁ ଜ୍ଞାନବାନ୍ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ୍ ହସ୍ତ ଓ ବିସ୍ତାରିତ ବାହୁ,
Deuteronomy 14:2 in Oriya 2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 32:40 in Oriya 40 କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
Psalm 33:12 in Oriya 12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
Psalm 103:7 in Oriya 7 ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 43:10 in Oriya 10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
Isaiah 44:1 in Oriya 1 ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Ezekiel 20:15 in Oriya 15 ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
Ezekiel 20:23 in Oriya 23 ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
Ezekiel 35:11 in Oriya 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
Ezekiel 47:14 in Oriya 14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
Mark 13:20 in Oriya 20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
Revelation 10:5 in Oriya 5 ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,