Ezekiel 20:7 in Oriya 7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Other Translations King James Version (KJV) Then said I unto them, Cast ye away every man the abominations of his eyes, and defile not yourselves with the idols of Egypt: I am the LORD your God.
American Standard Version (ASV) And I said unto them, Cast ye away every man the abominations of his eyes, and defile not yourselves with the idols of Egypt; I am Jehovah your God.
Bible in Basic English (BBE) And I said to them, Let every man among you put away the disgusting things to which his eyes are turned, and do not make yourselves unclean with the images of Egypt; I am the Lord your God.
Darby English Bible (DBY) and I said unto them, Cast ye away every man the abominations of his eyes, and defile not yourselves with the idols of Egypt: I [am] Jehovah your God.
World English Bible (WEB) I said to them, Cast you away every man the abominations of his eyes, and don't defile yourselves with the idols of Egypt; I am Yahweh your God.
Young's Literal Translation (YLT) And I say unto them, Let each cast away the detestable things of his eyes, And with the idols of Egypt be not defiled, I `am' Jehovah your God.
Cross Reference Exodus 16:12 in Oriya 12 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”
Exodus 20:2 in Oriya 2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
Exodus 20:4 in Oriya 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
Leviticus 11:44 in Oriya 44 କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Leviticus 17:7 in Oriya 7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Leviticus 18:3 in Oriya 3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
Leviticus 20:7 in Oriya 7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Deuteronomy 29:16 in Oriya 16 କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
Joshua 24:14 in Oriya 14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
2 Chronicles 15:8 in Oriya 8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍-ବକ୍ତାର ଭବିଷ୍ୟତ୍ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
Isaiah 2:20 in Oriya 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Isaiah 31:7 in Oriya 7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
Ezekiel 6:9 in Oriya 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
Ezekiel 14:6 in Oriya 6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
Ezekiel 18:6 in Oriya 6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
Ezekiel 18:15 in Oriya 15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
Ezekiel 18:31 in Oriya 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:19 in Oriya 19 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
Ezekiel 23:3 in Oriya 3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ।
Ezekiel 23:8 in Oriya 8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।