Ezekiel 21:3 in Oriya 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
Other Translations King James Version (KJV) And say to the land of Israel, Thus saith the LORD; Behold, I am against thee, and will draw forth my sword out of his sheath, and will cut off from thee the righteous and the wicked.
American Standard Version (ASV) and say to the land of Israel, Thus saith Jehovah: Behold, I am against thee, and will draw forth my sword out of its sheath, and will cut off from thee the righteous and the wicked.
Bible in Basic English (BBE) And say to the land of Israel, These are the words of the Lord: See, I am against you, and I will take my sword out of its cover, cutting off from you the upright and the evil.
Darby English Bible (DBY) and say to the land of Israel, Thus saith Jehovah: Behold, I am against thee, and I will draw forth my sword out of its sheath, and will cut off from thee the righteous and the wicked.
World English Bible (WEB) and tell the land of Israel, Thus says Yahweh: Behold, I am against you, and will draw forth my sword out of its sheath, and will cut off from you the righteous and the wicked.
Young's Literal Translation (YLT) and thou hast said unto the ground of Israel: Thus said Jehovah: Lo, I `am' against thee, And have brought out My sword from its scabbard, And have cut off from thee righteous and wicked.
Cross Reference Exodus 15:9 in Oriya 9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
Leviticus 26:25 in Oriya 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Leviticus 26:33 in Oriya 33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Job 9:22 in Oriya 22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
Psalm 17:13 in Oriya 13 ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ' ପ୍ରାଣକୁ ଉଦ୍ଧାର କର;
Ecclesiastes 9:2 in Oriya 2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 34:5 in Oriya 5 କାରଣ ଆମ୍ଭର ଖଡ଼୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 21:13 in Oriya 13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?”
Jeremiah 47:6 in Oriya 6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
Jeremiah 50:31 in Oriya 31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
Jeremiah 51:20 in Oriya 20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Ezekiel 5:8 in Oriya 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
Ezekiel 5:12 in Oriya 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍ଗ ନିଷ୍କୋଷ କରିବା।
Ezekiel 9:5 in Oriya 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
Ezekiel 14:17 in Oriya 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Ezekiel 21:9 in Oriya 9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ଼୍ଗ, ଖଡ଼୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
Ezekiel 21:19 in Oriya 19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ଼୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ଡରେ ଚିହ୍ନିତ କର।
Ezekiel 26:3 in Oriya 3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
Nahum 2:13 in Oriya 13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍ଗ ତୁମ୍ଭର ଯୁବାସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
Nahum 3:5 in Oriya 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
Zephaniah 2:12 in Oriya 12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍ଗ ଦ୍ୱାରା ହତ ହେବ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”