Ezekiel 22:11 in Oriya 11 ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
Other Translations King James Version (KJV) And one hath committed abomination with his neighbour's wife; and another hath lewdly defiled his daughter in law; and another in thee hath humbled his sister, his father's daughter.
American Standard Version (ASV) And one hath committed abomination with his neighbor's wife; and another hath lewdly defiled his daughter-in-law; and another in thee hath humbled his sister, his father's daughter.
Bible in Basic English (BBE) And in you one man has done what was disgusting with his neighbour's wife; and another has made his daughter-in-law unclean; and another has done wrong to his sister, his father's daughter.
Darby English Bible (DBY) And one hath committed abomination with his neighbour's wife; and another hath lewdly defiled his daughter-in-law; and another in thee hath humbled his sister, his father's daughter.
World English Bible (WEB) One has committed abomination with his neighbor's wife; and another has lewdly defiled his daughter-in-law; and another in you has humbled his sister, his father's daughter.
Young's Literal Translation (YLT) And each with the wife of his neighbour hath done abomination, And each his daughter-in-law hath defiled through wickedness, And each his sister, his father's daughter, hath humbled in thee.
Cross Reference Leviticus 18:9 in Oriya 9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
Leviticus 18:15 in Oriya 15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
Leviticus 18:20 in Oriya 20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
Leviticus 20:10 in Oriya 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Leviticus 20:12 in Oriya 12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Leviticus 20:17 in Oriya 17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
Deuteronomy 22:22 in Oriya 22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 27:22 in Oriya 22 “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
2 Samuel 13:1 in Oriya 1 ଏଥିଉତ୍ତାରେ ଏହି ଘଟନା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।
2 Samuel 13:14 in Oriya 14 ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।
2 Samuel 13:28 in Oriya 28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,' ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
Job 31:9 in Oriya 9 ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
Jeremiah 5:7 in Oriya 7 ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
Jeremiah 9:2 in Oriya 2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା'ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Jeremiah 29:23 in Oriya 23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,'” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”
Ezekiel 18:11 in Oriya 11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 5:27 in Oriya 27 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।