Ezekiel 22:15 in Oriya 15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
Other Translations King James Version (KJV) And I will scatter thee among the heathen, and disperse thee in the countries, and will consume thy filthiness out of thee.
American Standard Version (ASV) And I will scatter thee among the nations, and disperse thee through the countries; and I will consume thy filthiness out of thee.
Bible in Basic English (BBE) And I will send you in flight among the nations and wandering among the countries; and I will completely take away out of you everything which is unclean.
Darby English Bible (DBY) And I will scatter thee among the nations, and disperse thee through the countries, and will consume thy filthiness out of thee.
World English Bible (WEB) I will scatter you among the nations, and disperse you through the countries; and I will consume your filthiness out of you.
Young's Literal Translation (YLT) And I have scattered thee among nations, And have spread thee out among lands, And consumed thy uncleanness out of thee.
Cross Reference Leviticus 26:33 in Oriya 33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
Deuteronomy 4:27 in Oriya 27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Deuteronomy 28:25 in Oriya 25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
Deuteronomy 28:64 in Oriya 64 ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
Nehemiah 1:8 in Oriya 8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
Isaiah 1:25 in Oriya 25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
Jeremiah 15:4 in Oriya 4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
Ezekiel 5:12 in Oriya 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍ଗ ନିଷ୍କୋଷ କରିବା।
Ezekiel 12:14 in Oriya 14 ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ଼୍ଗ ନିଷ୍କୋଷ କରିବା।
Ezekiel 20:38 in Oriya 38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 22:18 in Oriya 18 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,”
Ezekiel 22:22 in Oriya 22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳା ଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 23:27 in Oriya 27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।
Ezekiel 23:47 in Oriya 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
Ezekiel 24:6 in Oriya 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର ! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
Ezekiel 34:6 in Oriya 6 ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
Ezekiel 36:19 in Oriya 19 ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
Zechariah 7:14 in Oriya 14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Malachi 3:3 in Oriya 3 ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
1 Peter 4:12 in Oriya 12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;