Ezekiel 22:25 in Oriya 25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Other Translations King James Version (KJV) There is a conspiracy of her prophets in the midst thereof, like a roaring lion ravening the prey; they have devoured souls; they have taken the treasure and precious things; they have made her many widows in the midst thereof.
American Standard Version (ASV) There is a conspiracy of her prophets in the midst thereof, like a roaring lion ravening the prey: they have devoured souls; they take treasure and precious things; they have made her widows many in the midst thereof.
Bible in Basic English (BBE) Her rulers in her are like a loud-voiced lion violently taking his food; they have made a meal of souls; they have taken wealth and valued property; they have made great the number of widows in her.
Darby English Bible (DBY) There is a conspiracy of her prophets in the midst of her like a roaring lion ravening the prey; they devour souls; they take away treasure and precious things; they increase her widows in the midst of her;
World English Bible (WEB) There is a conspiracy of her prophets in the midst of it, like a roaring lion ravening the prey: they have devoured souls; they take treasure and precious things; they have made her widows many in the midst of it.
Young's Literal Translation (YLT) A conspiracy of its prophets `is' in its midst, as a roaring lion tearing prey; The soul they have devoured, Wealth and glory they have taken, Its widows have multiplied in its midst.
Cross Reference 1 Kings 22:11 in Oriya 11 ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
1 Kings 22:23 in Oriya 23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 2:34 in Oriya 34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
Jeremiah 5:30 in Oriya 30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 11:9 in Oriya 9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।
Jeremiah 15:8 in Oriya 8 ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।
Lamentations 2:14 in Oriya 14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Lamentations 4:13 in Oriya 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Ezekiel 13:10 in Oriya 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
Ezekiel 13:19 in Oriya 19 ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
Ezekiel 22:27 in Oriya 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Hosea 6:9 in Oriya 9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
Micah 3:5 in Oriya 5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Mark 12:40 in Oriya 40 ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।
Luke 20:47 in Oriya 47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
Revelation 13:11 in Oriya 11 ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
Revelation 13:15 in Oriya 15 ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
Revelation 18:13 in Oriya 13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।