Ezekiel 22:9 in Oriya 9 ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
Other Translations King James Version (KJV) In thee are men that carry tales to shed blood: and in thee they eat upon the mountains: in the midst of thee they commit lewdness.
American Standard Version (ASV) Slanderous men have been in thee to shed blood; and in thee they have eaten upon the mountains: in the midst of thee they have committed lewdness.
Bible in Basic English (BBE) In you there are men who say evil of others, causing death; in you they have taken the flesh with the blood for food; in your streets they have put evil designs into effect.
Darby English Bible (DBY) In thee there have been slanderous men to shed blood; and in thee have they eaten upon the mountains; in the midst of thee they have committed lewdness;
World English Bible (WEB) Slanderous men have been in you to shed blood; and in you they have eaten on the mountains: in the midst of you they have committed lewdness.
Young's Literal Translation (YLT) Men of slander have been in thee to shed blood, And on the mountains they have eaten in thee, Wickedness they have done in thy midst.
Cross Reference Exodus 20:16 in Oriya 16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
Exodus 23:1 in Oriya 1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
Leviticus 19:16 in Oriya 16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
Judges 20:6 in Oriya 6 ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
1 Kings 21:10 in Oriya 10 ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
Psalm 50:20 in Oriya 20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
Psalm 101:5 in Oriya 5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
Psalm 106:28 in Oriya 28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
Proverbs 10:18 in Oriya 18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
Proverbs 18:8 in Oriya 8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
Proverbs 26:22 in Oriya 22 କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
Jeremiah 6:28 in Oriya 28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
Jeremiah 9:4 in Oriya 4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ।
Jeremiah 37:13 in Oriya 13 ପୁଣି, ସେ ବିନ୍ୟାମୀନ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
Jeremiah 38:4 in Oriya 4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।
Ezekiel 16:43 in Oriya 43 ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ” , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
Ezekiel 18:6 in Oriya 6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
Ezekiel 18:11 in Oriya 11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
Ezekiel 18:15 in Oriya 15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
Ezekiel 24:13 in Oriya 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
Hosea 4:2 in Oriya 2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Hosea 4:10 in Oriya 10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
Hosea 4:14 in Oriya 14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
Hosea 6:9 in Oriya 9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
Hosea 7:4 in Oriya 4 ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।
Matthew 26:59 in Oriya 59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,
Acts 6:11 in Oriya 11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଇଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
Acts 24:5 in Oriya 5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Acts 24:13 in Oriya 13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ।
1 Corinthians 10:18 in Oriya 18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି ?
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।