Ezekiel 23:32 in Oriya 32 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ।
Other Translations King James Version (KJV) Thus saith the Lord GOD; Thou shalt drink of thy sister's cup deep and large: thou shalt be laughed to scorn and had in derision; it containeth much.
American Standard Version (ASV) Thus saith the Lord Jehovah: Thou shalt drink of thy sister's cup, which is deep and large; thou shalt be laughed to scorn and had in derision; it containeth much.
Bible in Basic English (BBE) This is what the Lord has said: You will take a drink from your sister's cup, which is deep and wide: you will be laughed at and looked down on, more than you are able to undergo.
Darby English Bible (DBY) Thus saith the Lord Jehovah: Thou shalt drink of thy sister's cup deep and large; thou shalt be for a laughing-stock and a derision, [for] it containeth much.
World English Bible (WEB) Thus says the Lord Yahweh: You shall drink of your sister's cup, which is deep and large; you shall ridiculed and had in derision; it contains much.
Young's Literal Translation (YLT) Thus said the Lord Jehovah: The cup of thy sister thou dost drink, The deep and the wide one, (Thou art for laughter and for scorn,) Abundant to contain.
Cross Reference Deuteronomy 28:37 in Oriya 37 ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
Psalm 60:3 in Oriya 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Psalm 79:3 in Oriya 3 ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 48:26 in Oriya 26 ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Ezekiel 22:4 in Oriya 4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
Ezekiel 25:6 in Oriya 6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
Ezekiel 26:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
Ezekiel 35:15 in Oriya 15 ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”
Ezekiel 36:3 in Oriya 3 ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
Micah 7:8 in Oriya 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।
Matthew 20:22 in Oriya 22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 18:6 in Oriya 6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।