Ezekiel 24:11 in Oriya 11 ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।
Other Translations King James Version (KJV) Then set it empty upon the coals thereof, that the brass of it may be hot, and may burn, and that the filthiness of it may be molten in it, that the scum of it may be consumed.
American Standard Version (ASV) Then set it empty upon the coals thereof, that it may be hot, and the brass thereof may burn, and that the filthiness of it may be molten in it, that the rust of it may be consumed.
Bible in Basic English (BBE) And I will put her on the coals so that she may be heated and her brass burned, so that what is unclean in her may become soft and her waste be completely taken away.
Darby English Bible (DBY) Then set it empty upon its coals, that it may be hot, and the brass of it may burn, and that its filthiness may be molten in it, [and] that its rust may be consumed.
World English Bible (WEB) Then set it empty on the coals of it, that it may be hot, and the brass of it may burn, and that the filthiness of it may be molten in it, that the rust of it may be consumed.
Young's Literal Translation (YLT) And cause it to stand on its coals empty, So that its brass is hot and burning, Melted hath been in its midst its uncleanness, Consumed is its scum.
Cross Reference Isaiah 1:25 in Oriya 25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
Isaiah 4:4 in Oriya 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Isaiah 27:9 in Oriya 9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।
Jeremiah 21:10 in Oriya 10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।'”
Jeremiah 32:29 in Oriya 29 ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
Jeremiah 37:10 in Oriya 10 ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
Jeremiah 38:18 in Oriya 18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।'”
Jeremiah 39:8 in Oriya 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Ezekiel 20:38 in Oriya 38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 22:15 in Oriya 15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
Ezekiel 23:26 in Oriya 26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।
Ezekiel 23:47 in Oriya 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Micah 5:11 in Oriya 11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Zechariah 13:8 in Oriya 8 ପୁଣି, ସଦାପ୍ରଭୁ କହନ୍ତି, “ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
1 Corinthians 3:12 in Oriya 12 କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,