Ezekiel 24:13 in Oriya 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
Other Translations King James Version (KJV) In thy filthiness is lewdness: because I have purged thee, and thou wast not purged, thou shalt not be purged from thy filthiness any more, till I have caused my fury to rest upon thee.
American Standard Version (ASV) In thy filthiness is lewdness: because I have cleansed thee and thou wast not cleansed, thou shalt not be cleansed from thy filthiness any more, till I have caused my wrath toward thee to rest.
Bible in Basic English (BBE) As for your unclean purpose: because I have been attempting to make you clean, but you have not been made clean from it, you will not be made clean till I have let loose my passion on you in full measure.
Darby English Bible (DBY) In thy filthiness is lewdness, for I have purged thee, and thou art not pure. Thou shalt no more be purged from thy filthiness, till I have satisfied my fury upon thee.
World English Bible (WEB) In your filthiness is lewdness: because I have cleansed you and you weren't cleansed, you shall not be cleansed from your filthiness any more, until I have caused my wrath toward you to rest.
Young's Literal Translation (YLT) In thine uncleanness `is' wickedness, Because I have cleansed thee, And thou hast not been cleansed, From thine uncleanness thou art not cleansed again, Till I have caused My fury to rest on thee.
Cross Reference 2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Isaiah 5:4 in Oriya 4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?
Isaiah 9:13 in Oriya 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
Jeremiah 6:28 in Oriya 28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
Jeremiah 25:3 in Oriya 3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Ezekiel 5:13 in Oriya 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
Ezekiel 8:18 in Oriya 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Ezekiel 16:42 in Oriya 42 ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
Ezekiel 22:24 in Oriya 24 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
Ezekiel 23:36 in Oriya 36 ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
Ezekiel 24:11 in Oriya 11 ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।
Hosea 7:1 in Oriya 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Hosea 7:9 in Oriya 9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
Amos 4:6 in Oriya 6 “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Zephaniah 3:2 in Oriya 2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।
Zephaniah 3:7 in Oriya 7 ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 13:7 in Oriya 7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ?
Romans 2:8 in Oriya 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
2 Corinthians 7:1 in Oriya 1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Revelation 22:11 in Oriya 11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।