Ezekiel 24:24 in Oriya 24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Other Translations King James Version (KJV) Thus Ezekiel is unto you a sign: according to all that he hath done shall ye do: and when this cometh, ye shall know that I am the Lord GOD.
American Standard Version (ASV) Thus shall Ezekiel be unto you a sign; according to all that he hath done shall ye do: when this cometh, then shall ye know that I am the Lord Jehovah.
Bible in Basic English (BBE) And Ezekiel will be a sign to you; everything he has done you will do: when this takes place, you will be certain that I am the Lord.
Darby English Bible (DBY) Thus Ezekiel shall be unto you a sign; according to all that he hath done shall ye do: when it cometh, then ye shall know that I [am] the Lord Jehovah.
World English Bible (WEB) Thus shall Ezekiel be to you a sign; according to all that he has done shall you do: when this comes, then shall you know that I am the Lord Yahweh.
Young's Literal Translation (YLT) And Ezekiel hath been to you for a type, According to all that he hath done ye do; In its coming in -- ye have known that I `am' the Lord Jehovah.
Cross Reference 1 Samuel 10:2 in Oriya 2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି ?
Isaiah 8:18 in Oriya 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Isaiah 20:3 in Oriya 3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
Jeremiah 17:15 in Oriya 15 ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।
Ezekiel 4:3 in Oriya 3 ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ ହେବ।
Ezekiel 6:7 in Oriya 7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 7:9 in Oriya 9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 7:27 in Oriya 27 ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 12:6 in Oriya 6 ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”
Ezekiel 12:11 in Oriya 11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ତ୍ୱ ସ୍ଥାନକୁ ଯିବେ।
Ezekiel 17:24 in Oriya 24 ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।
Ezekiel 25:5 in Oriya 5 ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 25:7 in Oriya 7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀ-ବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।”
Ezekiel 25:11 in Oriya 11 ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 25:14 in Oriya 14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 25:17 in Oriya 17 ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Hosea 1:2 in Oriya 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
Hosea 3:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
Luke 11:29 in Oriya 29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
Luke 21:13 in Oriya 13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।
John 13:19 in Oriya 19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।
John 14:29 in Oriya 29 ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।
John 16:4 in Oriya 4 ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।