Ezekiel 24:3 in Oriya 3 ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ;
Other Translations King James Version (KJV) And utter a parable unto the rebellious house, and say unto them, Thus saith the Lord GOD; Set on a pot, set it on, and also pour water into it:
American Standard Version (ASV) And utter a parable unto the rebellious house, and say unto them, Thus saith the Lord Jehovah, Set on the caldron, set it on, and also pour water into it:
Bible in Basic English (BBE) And make a comparison for this uncontrolled people, and say to them, This is what the Lord has said: Put on the cooking-pot, put it on the fire and put water in it:
Darby English Bible (DBY) And propose a parable unto the rebellious house, and say unto them, Thus saith the Lord Jehovah: Set on the pot, set [it] on, and also pour water into it.
World English Bible (WEB) Utter a parable to the rebellious house, and tell them, Thus says the Lord Yahweh, Set on the caldron, set it on, and also pour water into it:
Young's Literal Translation (YLT) and use unto the rebellious house a simile, and thou hast said unto them: Thus said the Lord Jehovah: To set on the pot, to set `it' on, and also to pour into it water,
Cross Reference Psalm 78:2 in Oriya 2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 30:9 in Oriya 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Jeremiah 1:13 in Oriya 13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
Jeremiah 50:13 in Oriya 13 ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବ।
Ezekiel 2:3 in Oriya 3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
Ezekiel 2:6 in Oriya 6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
Ezekiel 2:8 in Oriya 8 ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
Ezekiel 3:9 in Oriya 9 ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
Ezekiel 11:3 in Oriya 3 ସେମାନେ କହନ୍ତି, ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।
Ezekiel 11:7 in Oriya 7 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।
Ezekiel 11:11 in Oriya 11 ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ଡା ହେବ ନାହିଁ, କିଅବା ତୁମ୍ଭେମାନେ ତହିଁ ମଧ୍ୟରେ ମାଂସ ହେବ ନାହିଁ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା।
Ezekiel 12:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।
Ezekiel 12:25 in Oriya 25 କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।
Ezekiel 17:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
Ezekiel 17:12 in Oriya 12 “ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
Ezekiel 19:2 in Oriya 2 “ତୁମ୍ଭର ମାତା କଅଣ ଥିଲା ? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
Ezekiel 20:49 in Oriya 49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ' ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?”
Ezekiel 24:6 in Oriya 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର ! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
Micah 2:4 in Oriya 4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।
Mark 12:12 in Oriya 12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।
Luke 8:10 in Oriya 10 ସେଥିରେ ସେ କହିଲେ, ଇଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।