Ezekiel 25:15 in Oriya 15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,”
Other Translations King James Version (KJV) Thus saith the Lord GOD; Because the Philistines have dealt by revenge, and have taken vengeance with a despiteful heart, to destroy it for the old hatred;
American Standard Version (ASV) Thus saith the Lord Jehovah: Because the Philistines have dealt by revenge, and have taken vengeance with despite of soul to destroy with perpetual enmity;
Bible in Basic English (BBE) This is what the Lord has said: Because the Philistines have taken payment, with the purpose of causing shame and destruction with unending hate;
Darby English Bible (DBY) Thus saith the Lord Jehovah: Because the Philistines have dealt by revenge, and have taken vengeance with despite of soul, to destroy, from old hatred;
World English Bible (WEB) Thus says the Lord Yahweh: Because the Philistines have dealt by revenge, and have taken vengeance with despite of soul to destroy with perpetual enmity;
Young's Literal Translation (YLT) Thus said the Lord Jehovah: Because of the doings of the Philistines in vengeance, And they take vengeance with despite in soul, To destroy -- the enmity age-during!
Cross Reference Judges 14:1 in Oriya 1 ଏଥିଉତ୍ତାରେ ଶାମ୍ଶୋନ୍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀ ଲୋକକୁ ଦେଖିଲା।
1 Samuel 4:1 in Oriya 1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
1 Samuel 13:1 in Oriya 1 ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।
1 Samuel 17:1 in Oriya 1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
1 Samuel 21:1 in Oriya 1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ?
2 Samuel 8:1 in Oriya 1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
1 Chronicles 7:21 in Oriya 21 ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ,ଏତ୍ସର ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
2 Chronicles 28:18 in Oriya 18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
Psalm 83:7 in Oriya 7 ଗବାଲ, ଅମ୍ମୋନ୍, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Isaiah 9:12 in Oriya 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 14:29 in Oriya 29 ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
Jeremiah 25:20 in Oriya 20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘଷା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
Jeremiah 47:1 in Oriya 1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Ezekiel 25:6 in Oriya 6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
Ezekiel 25:12 in Oriya 12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୂଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,”
Joel 3:4 in Oriya 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
Amos 1:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।
Zephaniah 2:4 in Oriya 4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ୱଂସସ୍ଥାନ ହେବ ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳ ଉତ୍ପାଟିତ ହେବ।
Zechariah 9:5 in Oriya 5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।