Ezekiel 26:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
Other Translations King James Version (KJV) Son of man, because that Tyrus hath said against Jerusalem, Aha, she is broken that was the gates of the people: she is turned unto me: I shall be replenished, now she is laid waste:
American Standard Version (ASV) Son of man, because that Tyre hath said against Jerusalem, Aha, she is broken `that was' the gate of the peoples; she is turned unto me; I shall be replenished, now that she is laid waste:
Bible in Basic English (BBE) Son of man, because Tyre has said against Jerusalem, Aha, she who was the doorway of the peoples is broken; she is turned over to them; she who was full is made waste;
Darby English Bible (DBY) Son of man, because Tyre hath said against Jerusalem, Aha, she is broken, the gate of the peoples! she is turned unto me: I shall be replenished [now] she is laid waste;
World English Bible (WEB) Son of man, because Tyre has said against Jerusalem, Aha, she is broken: the gate of the peoples; she is turned to me; I shall be replenished, now that she is laid waste:
Young's Literal Translation (YLT) Because that Tyre hath said of Jerusalem: Aha, she hath been broken, the doors of the peoples, She hath turned round unto me, I am filled -- she hath been laid waste,
Cross Reference Joshua 19:29 in Oriya 29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକ୍ଷୀବ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
2 Samuel 5:11 in Oriya 11 ଏଥିଉତ୍ତାରେ ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
Psalm 35:21 in Oriya 21 ହଁ, ସେମାନେ ମୋ' ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
Psalm 40:15 in Oriya 15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
Psalm 70:3 in Oriya 3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
Psalm 83:2 in Oriya 2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।
Psalm 83:7 in Oriya 7 ଗବାଲ, ଅମ୍ମୋନ୍, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Isaiah 23:1 in Oriya 1 ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
Jeremiah 25:22 in Oriya 22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
Jeremiah 27:3 in Oriya 3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;'
Jeremiah 47:4 in Oriya 4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
Jeremiah 49:1 in Oriya 1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”
Lamentations 1:1 in Oriya 1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !
Ezekiel 25:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Ezekiel 25:6 in Oriya 6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
Ezekiel 25:10 in Oriya 10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
Ezekiel 27:1 in Oriya 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 36:2 in Oriya 2 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, “ଭଲ ହେଲା, ଭଲ ହେଲା” ! ଓ “ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା,”
Joel 3:4 in Oriya 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
Amos 1:9 in Oriya 9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Zechariah 9:2 in Oriya 2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନି ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
Acts 2:5 in Oriya 5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ।