Ezekiel 28:12 in Oriya 12 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।
Other Translations King James Version (KJV) Son of man, take up a lamentation upon the king of Tyrus, and say unto him, Thus saith the Lord GOD; Thou sealest up the sum, full of wisdom, and perfect in beauty.
American Standard Version (ASV) Son of man, take up a lamentation over the king of Tyre, and say unto him, Thus saith the Lord Jehovah: Thou sealest up the sum, full of wisdom, and perfect in beauty.
Bible in Basic English (BBE) Son of man, make a song of grief for the king of Tyre, and say to him, This is what the Lord has said: You are all-wise and completely beautiful;
Darby English Bible (DBY) Son of man, take up a lamentation upon the king of Tyre, and say unto him, Thus saith the Lord Jehovah: Thou, who sealest up the measure of perfection, full of wisdom and perfect in beauty,
World English Bible (WEB) Son of man, take up a lamentation over the king of Tyre, and tell him, Thus says the Lord Yahweh: You seal up the sum, full of wisdom, and perfect in beauty.
Young's Literal Translation (YLT) `Son of man, lift up a lamentation for the king of Tyre, And thou hast said to him: Thus said the Lord Jehovah: Thou art sealing up a measurement, Full of wisdom, and perfect in beauty.
Cross Reference 2 Chronicles 35:25 in Oriya 25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
Proverbs 21:30 in Oriya 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Isaiah 10:13 in Oriya 13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
Isaiah 14:4 in Oriya 4 ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
Jeremiah 9:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Jeremiah 9:23 in Oriya 23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
Ezekiel 19:1 in Oriya 1 ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
Ezekiel 19:14 in Oriya 14 ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ। ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।”
Ezekiel 26:17 in Oriya 17 ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।
Ezekiel 27:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
Ezekiel 27:32 in Oriya 32 ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି ?
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 32:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।”
Ezekiel 32:16 in Oriya 16 ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Luke 2:40 in Oriya 40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଇଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
Acts 6:3 in Oriya 3 ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Romans 15:28 in Oriya 28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।
1 Corinthians 1:19 in Oriya 19 ଯେଣୁ ଏହା ଲେଖା ଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
2 Corinthians 1:22 in Oriya 22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
Colossians 1:9 in Oriya 9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଇଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
Colossians 2:3 in Oriya 3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
James 3:13 in Oriya 13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।