Ezekiel 28:14 in Oriya 14 ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।
Other Translations King James Version (KJV) Thou art the anointed cherub that covereth; and I have set thee so: thou wast upon the holy mountain of God; thou hast walked up and down in the midst of the stones of fire.
American Standard Version (ASV) Thou wast the anointed cherub that covereth: and I set thee, `so that' thou wast upon the holy mountain of God; thou hast walked up and down in the midst of the stones of fire.
Bible in Basic English (BBE) I gave you your place with the winged one; I put you on the mountain of God; you went up and down among the stones of fire.
Darby English Bible (DBY) Thou wast the anointed covering cherub, and I had set thee [so]: thou wast upon the holy mountain of God; thou didst walk up and down in the midst of stones of fire.
World English Bible (WEB) You were the anointed cherub who covers: and I set you, [so that] you were on the holy mountain of God; you have walked up and down in the midst of the stones of fire.
Young's Literal Translation (YLT) Thou `art' an anointed cherub who is covering, And I have set thee in the holy mount, God thou hast been, In the midst of stones of fire thou hast walked up and down.
Cross Reference Exodus 9:16 in Oriya 16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
Exodus 25:17 in Oriya 17 ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
Exodus 30:26 in Oriya 26 ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ,
Exodus 40:9 in Oriya 9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
Psalm 75:5 in Oriya 5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 10:15 in Oriya 15 କୁରାଢି କ'ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ'ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ'ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ'ଣ ତାହାକୁ ଉଠାଇବ ?
Isaiah 14:12 in Oriya 12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !
Isaiah 37:26 in Oriya 26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ'ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
Ezekiel 20:40 in Oriya 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 28:13 in Oriya 13 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।
Ezekiel 28:16 in Oriya 16 ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।
Daniel 2:37 in Oriya 37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Daniel 4:35 in Oriya 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
John 11:51 in Oriya 51 ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
2 Thessalonians 2:4 in Oriya 4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଇଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ।
Revelation 9:17 in Oriya 17 ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା।
Revelation 18:16 in Oriya 16 ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।