Ezekiel 28:25 in Oriya 25 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।
Other Translations King James Version (KJV) Thus saith the Lord GOD; When I shall have gathered the house of Israel from the people among whom they are scattered, and shall be sanctified in them in the sight of the heathen, then shall they dwell in their land that I have given to my servant Jacob.
American Standard Version (ASV) Thus saith the Lord Jehovah: When I shall have gathered the house of Israel from the peoples among whom they are scattered, and shall be sanctified in them in the sight of the nations, then shall they dwell in their own land which I gave to my servant Jacob.
Bible in Basic English (BBE) This is what the Lord has said: When I have got together the children of Israel from the peoples among whom they are wandering, and have been made holy among them before the eyes of the nations, then they will have rest in the land which is theirs, which I gave to my servant Jacob
Darby English Bible (DBY) Thus saith the Lord Jehovah: When I shall have gathered the house of Israel from the peoples among whom they are scattered, and shall be hallowed in them in the sight of the nations, then shall they dwell in their land which I have given to my servant Jacob.
World English Bible (WEB) Thus says the Lord Yahweh: When I shall have gathered the house of Israel from the peoples among whom they are scattered, and shall be sanctified in them in the sight of the nations, then shall they dwell in their own land which I gave to my servant Jacob.
Young's Literal Translation (YLT) Thus said the Lord Jehovah: In My gathering the house of Israel, Out of the peoples among whom they were scattered, I have been sanctified in them, Before the eyes of the nations, And they have dwelt on their ground, That I gave to My servant, to Jacob,
Cross Reference Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Leviticus 26:44 in Oriya 44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
Deuteronomy 30:3 in Oriya 3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
Psalm 106:47 in Oriya 47 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
Isaiah 5:16 in Oriya 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
Isaiah 11:12 in Oriya 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
Isaiah 27:12 in Oriya 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Jeremiah 23:8 in Oriya 8 ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,” ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।
Jeremiah 27:11 in Oriya 11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।'”
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Jeremiah 31:8 in Oriya 8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Jeremiah 32:37 in Oriya 37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Ezekiel 11:17 in Oriya 17 ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।
Ezekiel 20:41 in Oriya 41 ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 34:13 in Oriya 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
Ezekiel 34:27 in Oriya 27 ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 36:23 in Oriya 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 36:28 in Oriya 28 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 37:25 in Oriya 25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ।
Ezekiel 38:23 in Oriya 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 39:27 in Oriya 27 ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ ଲଙ୍ଘନ କଲେ, ସେହି ସକଳ ସତ୍ୟ ଲଙ୍ଘନର ଫଳ ଭୋଗ କରିବେ।
Hosea 1:11 in Oriya 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Joel 3:7 in Oriya 7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Obadiah 1:17 in Oriya 17 ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।
Micah 7:11 in Oriya 11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
Zephaniah 3:19 in Oriya 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।