Ezekiel 28:26 in Oriya 26 ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
Other Translations King James Version (KJV) And they shall dwell safely therein, and shall build houses, and plant vineyards; yea, they shall dwell with confidence, when I have executed judgments upon all those that despise them round about them; and they shall know that I am the LORD their God.
American Standard Version (ASV) And they shall dwell securely therein; yea, they shall build houses, and plant vineyards, and shall dwell securely, when I have executed judgments upon all those that do them despite round about them; and they shall know that I am Jehovah their God.
Bible in Basic English (BBE) And they will be safe there, building houses and planting vine-gardens and living without fear; when I have sent my punishments on all those who put shame on them round about them; and they will be certain that I am the Lord their God.
Darby English Bible (DBY) They shall dwell in it in safety, and shall build houses and plant vineyards; and they shall dwell in safety, when I have executed judgments upon all those that despised them round about them: and they shall know that I [am] Jehovah their God.
World English Bible (WEB) They shall dwell securely therein; yes, they shall build houses, and plant vineyards, and shall dwell securely, when I have executed judgments on all those who do them despite round about them; and they shall know that I am Yahweh their God.
Young's Literal Translation (YLT) And they have dwelt on it confidently, And builded houses, and planted vineyards, And dwelt confidently -- in My doing judgments, On all those despising them round about, And they have known that I, Jehovah, `am' their God!'
Cross Reference Exodus 29:46 in Oriya 46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।
Leviticus 25:18 in Oriya 18 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
Deuteronomy 12:10 in Oriya 10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;
1 Kings 4:25 in Oriya 25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।
Proverbs 14:26 in Oriya 26 ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
Isaiah 13:1 in Oriya 1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
Isaiah 17:14 in Oriya 14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।
Isaiah 33:1 in Oriya 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Isaiah 65:21 in Oriya 21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Jeremiah 23:6 in Oriya 6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”
Jeremiah 29:5 in Oriya 5 ‘ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
Jeremiah 29:28 in Oriya 28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।'”
Jeremiah 30:16 in Oriya 16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
Jeremiah 31:4 in Oriya 4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Jeremiah 32:15 in Oriya 15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।'”
Jeremiah 33:16 in Oriya 16 ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,' ଏହି ନାମରେ ସେ ବିଖ୍ୟାତ ହେବେ।”
Jeremiah 46:1 in Oriya 1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Lamentations 1:8 in Oriya 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Ezekiel 25:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 28:24 in Oriya 24 ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 34:25 in Oriya 25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
Ezekiel 34:31 in Oriya 31 “ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 36:22 in Oriya 22 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
Ezekiel 38:8 in Oriya 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
Ezekiel 38:11 in Oriya 11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
Ezekiel 39:10 in Oriya 10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Hosea 2:18 in Oriya 18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
Amos 9:13 in Oriya 13 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।
Habakkuk 2:8 in Oriya 8 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
Zephaniah 2:8 in Oriya 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
Zechariah 1:15 in Oriya 15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
Zechariah 2:4 in Oriya 4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”