Ezekiel 29:16 in Oriya 16 ଆଉ, ଇସ୍ରାଏଲ ବଂଶ ମିସ୍ରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସ-ଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Other Translations King James Version (KJV) And it shall be no more the confidence of the house of Israel, which bringeth their iniquity to remembrance, when they shall look after them: but they shall know that I am the Lord GOD.
American Standard Version (ASV) And it shall be no more the confidence of the house of Israel, bringing iniquity to remembrance, when they turn to look after them: and they shall know that I am the Lord Jehovah.
Bible in Basic English (BBE) And Egypt will no longer be the hope of the children of Israel, causing sin to come to mind when their eyes are turned to them: and they will be certain that I am the Lord.
Darby English Bible (DBY) And it shall be no more the confidence of the house of Israel, bringing iniquity to remembrance, when they turn after them: and they shall know that I [am] the Lord Jehovah.
World English Bible (WEB) It shall be no more the confidence of the house of Israel, bringing iniquity to memory, when they turn to look after them: and they shall know that I am the Lord Yahweh.
Young's Literal Translation (YLT) And it is no more to the house of Israel for a confidence, Bringing iniquity to remembrance, By their turning after them, And they have known that I `am' the Lord Jehovah.'
Cross Reference Numbers 5:15 in Oriya 15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।
1 Kings 17:18 in Oriya 18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ' ପୁତ୍ରକୁ ବଧ କରିବାକୁ ଆସିଅଛ !”
Psalm 25:7 in Oriya 7 ମୋ' ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
Psalm 79:8 in Oriya 8 ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
Isaiah 20:5 in Oriya 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 31:1 in Oriya 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 36:4 in Oriya 4 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?
Isaiah 64:9 in Oriya 9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
Jeremiah 2:18 in Oriya 18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?
Jeremiah 2:36 in Oriya 36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
Jeremiah 14:10 in Oriya 10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Jeremiah 37:5 in Oriya 5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
Lamentations 4:17 in Oriya 17 ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।
Ezekiel 17:15 in Oriya 15 ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?
Ezekiel 21:23 in Oriya 23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 28:26 in Oriya 26 ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
Ezekiel 29:6 in Oriya 6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
Ezekiel 29:9 in Oriya 9 ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟ ସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, “ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।”
Ezekiel 29:21 in Oriya 21 “ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ,” ଏହା ସେମାନେ ଜାଣିବେ।
Hosea 5:13 in Oriya 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
Hosea 7:11 in Oriya 11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।
Hosea 8:13 in Oriya 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
Hosea 9:9 in Oriya 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
Hosea 12:1 in Oriya 1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Hosea 14:3 in Oriya 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।
Hebrews 10:3 in Oriya 3 କିନ୍ତୁ ସେହି ସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;
Hebrews 10:17 in Oriya 17 ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।