Ezekiel 3:17 in Oriya 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Other Translations King James Version (KJV) Son of man, I have made thee a watchman unto the house of Israel: therefore hear the word at my mouth, and give them warning from me.
American Standard Version (ASV) Son of man, I have made thee a watchman unto the house of Israel: therefore hear the word at my mouth, and give them warning from me.
Bible in Basic English (BBE) Son of man, I have made you a watchman for the children of Israel: so give ear to the word of my mouth, and give them word from me of their danger.
Darby English Bible (DBY) Son of man, I have appointed thee a watchman unto the house of Israel, and thou shalt hear the word from my mouth, and give them warning from me.
World English Bible (WEB) Son of man, I have made you a watchman to the house of Israel: therefore hear the word at my mouth, and give them warning from me.
Young's Literal Translation (YLT) that there is a word of Jehovah unto me, saying, `Son of man, a watchman I have given thee to the house of Israel, and thou hast heard from My mouth a word, and hast warned them from Me.
Cross Reference 2 Chronicles 19:10 in Oriya 10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
Song of Solomon 3:3 in Oriya 3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
Song of Solomon 5:7 in Oriya 7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ'ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।
Isaiah 21:6 in Oriya 6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
Isaiah 21:8 in Oriya 8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”
Isaiah 21:11 in Oriya 11 ଦୁମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?”
Isaiah 52:8 in Oriya 8 ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Jeremiah 6:10 in Oriya 10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
Jeremiah 6:17 in Oriya 17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;' ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।'
Jeremiah 31:6 in Oriya 6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।”
Ezekiel 33:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Habakkuk 2:1 in Oriya 1 ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋ' ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
1 Corinthians 4:14 in Oriya 14 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
2 Corinthians 5:11 in Oriya 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଇଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
1 Thessalonians 5:14 in Oriya 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।