Ezekiel 3:18 in Oriya 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Other Translations King James Version (KJV) When I say unto the wicked, Thou shalt surely die; and thou givest him not warning, nor speakest to warn the wicked from his wicked way, to save his life; the same wicked man shall die in his iniquity; but his blood will I require at thine hand.
American Standard Version (ASV) When I say unto the wicked, Thou shalt surely die; and thou givest him not warning, nor speakest to warn the wicked from his wicked way, to save his life; the same wicked man shall die in his iniquity; but his blood will I require at thy hand.
Bible in Basic English (BBE) When I say to the evil-doer, Death will certainly be your fate; and you give him no word of it and say nothing to make clear to the evil-doer the danger of his evil way, so that he may be safe; that same evil man will come to death in his evil-doing; but I will make you responsible for his blood.
Darby English Bible (DBY) When I say unto the wicked, Thou shalt certainly die; and thou givest him not warning, nor speakest to warn the wicked from his wicked way, that he may live: the same wicked [man] shall die in his iniquity; but his blood will I require at thy hand.
World English Bible (WEB) When I tell the wicked, You shall surely die; and you give him no warning, nor speak to warn the wicked from his wicked way, to save his life; the same wicked man shall die in his iniquity; but his blood will I require at your hand.
Young's Literal Translation (YLT) In My saying to the wicked: Thou dost surely die; and thou hast not warned him, nor hast spoken to warn the wicked from his wicked way, so that he doth live; he -- the wicked -- in his iniquity dieth, and his blood from thy hand I require.
Cross Reference Genesis 2:17 in Oriya 17 ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
Genesis 3:3 in Oriya 3 କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
Genesis 9:5 in Oriya 5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
Genesis 42:22 in Oriya 22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।”
Numbers 26:65 in Oriya 65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
2 Samuel 4:11 in Oriya 11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”
2 Kings 1:4 in Oriya 4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
Proverbs 14:32 in Oriya 32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
Isaiah 3:11 in Oriya 11 ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
Ezekiel 3:20 in Oriya 20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Ezekiel 18:4 in Oriya 4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
Ezekiel 18:13 in Oriya 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
Ezekiel 18:20 in Oriya 20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Ezekiel 33:6 in Oriya 6 ମାତ୍ର ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Ezekiel 33:8 in Oriya 8 ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ, ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।
Ezekiel 34:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
Luke 11:50 in Oriya 50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
Luke 13:3 in Oriya 3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
Luke 13:5 in Oriya 5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।
John 8:21 in Oriya 21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।
John 8:24 in Oriya 24 ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।
Acts 2:40 in Oriya 40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 20:26 in Oriya 26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
1 Timothy 5:22 in Oriya 22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
James 5:19 in Oriya 19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,