Ezekiel 3:19 in Oriya 19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Other Translations King James Version (KJV) Yet if thou warn the wicked, and he turn not from his wickedness, nor from his wicked way, he shall die in his iniquity; but thou hast delivered thy soul.
American Standard Version (ASV) Yet if thou warn the wicked, and he turn not from his wickedness, nor from his wicked way, he shall die in his iniquity; but thou hast delivered thy soul.
Bible in Basic English (BBE) But if you give the evil-doer word of his danger, and he is not turned from his sin or from his evil way, death will overtake him in his evil-doing; but your life will be safe.
Darby English Bible (DBY) But if thou warn the wicked, and he turn not from his wickedness, nor from his wicked way, he shall die in his iniquity; but thou hast delivered thy soul.
World English Bible (WEB) Yet if you warn the wicked, and he doesn't turn from his wickedness, nor from his wicked way, he shall die in his iniquity; but you have delivered your soul.
Young's Literal Translation (YLT) And thou, because thou hast warned the wicked, and he hath not turned back from his wickedness, and from his wicked way, he in his iniquity dieth, and thou thy soul hast delivered.
Cross Reference 2 Kings 17:13 in Oriya 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Proverbs 29:1 in Oriya 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
Isaiah 49:4 in Oriya 4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।
Jeremiah 42:19 in Oriya 19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Ezekiel 3:18 in Oriya 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Ezekiel 3:21 in Oriya 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Ezekiel 14:14 in Oriya 14 ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା'ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 14:20 in Oriya 20 ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।”
Ezekiel 33:5 in Oriya 5 ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା'ନ୍ତା।
Ezekiel 33:9 in Oriya 9 ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।
Luke 10:10 in Oriya 10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 18:5 in Oriya 5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Acts 20:26 in Oriya 26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
2 Corinthians 2:15 in Oriya 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଇଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
1 Thessalonians 4:6 in Oriya 6 ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !