Ezekiel 3:21 in Oriya 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Other Translations King James Version (KJV) Nevertheless if thou warn the righteous man, that the righteous sin not, and he doth not sin, he shall surely live, because he is warned; also thou hast delivered thy soul.
American Standard Version (ASV) Nevertheless if thou warn the righteous man, that the righteous sin not, and he doth not sin, he shall surely live, because he took warning; and thou hast delivered thy soul.
Bible in Basic English (BBE) But if you say to the upright man that he is not to do evil, he will certainly keep his life because he took note of your word; and your life will be safe.
Darby English Bible (DBY) And if thou warn the righteous [man], that the righteous sin not, and he doth not sin, he shall certainly live, for he hath taken warning; and thou hast delivered thy soul.
World English Bible (WEB) Nevertheless if you warn the righteous man, that the righteous not sin, and he does not sin, he shall surely live, because he took warning; and you have delivered your soul.
Young's Literal Translation (YLT) And thou, because thou hast warned him -- the righteous -- that the righteous sin not, and he hath not sinned, he surely liveth, because he hath been warned; and thou thy soul hast delivered.'
Cross Reference Psalm 19:11 in Oriya 11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
Proverbs 9:9 in Oriya 9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ୍ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
Proverbs 17:10 in Oriya 10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ୍କୁ ପଦେ ଅନୁଯୋଗ ଅଧିକ କାଟେ।
Ezekiel 3:19 in Oriya 19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Acts 20:31 in Oriya 31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
1 Corinthians 4:14 in Oriya 14 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।
1 Corinthians 10:12 in Oriya 12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ।
Galatians 1:6 in Oriya 6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
Galatians 2:11 in Oriya 11 କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।
Galatians 5:2 in Oriya 2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:6 in Oriya 6 ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
1 Thessalonians 5:14 in Oriya 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
Titus 2:15 in Oriya 15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।
James 5:20 in Oriya 20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।
1 John 3:6 in Oriya 6 ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।