Ezekiel 30:9 in Oriya 9 ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
Other Translations King James Version (KJV) In that day shall messengers go forth from me in ships to make the careless Ethiopians afraid, and great pain shall come upon them, as in the day of Egypt: for, lo, it cometh.
American Standard Version (ASV) In that day shall messengers go forth from before me in ships to make the careless Ethiopians afraid; and there shall be anguish upon them, as in the day of Egypt; for, lo, it cometh.
Bible in Basic English (BBE) In that day men will go out quickly to take the news, causing fear in untroubled Ethiopia; and bitter pain will come on them as in the day of Egypt; for see, it is coming.
Darby English Bible (DBY) In that day shall messengers go forth from me in ships, to make careless Ethiopia afraid; and anguish shall come upon them, as in the day of Egypt: for behold, it cometh!
World English Bible (WEB) In that day shall messengers go forth from before me in ships to make the careless Ethiopians afraid; and there shall be anguish on them, as in the day of Egypt; for, behold, it comes.
Young's Literal Translation (YLT) In that day go forth do messengers from before Me in ships, To trouble confident Cush, And there hath been great pain among them, As the day of Egypt, for lo, it hath come.
Cross Reference Judges 18:7 in Oriya 7 ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
Isaiah 18:1 in Oriya 1 ଆଃ ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;
Isaiah 19:17 in Oriya 17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
Isaiah 20:3 in Oriya 3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
Isaiah 20:5 in Oriya 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
Isaiah 23:5 in Oriya 5 ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
Isaiah 32:9 in Oriya 9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ' ବାକ୍ୟରେ କର୍ଣ୍ଣପାତ କର।
Isaiah 47:8 in Oriya 8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
Jeremiah 49:21 in Oriya 21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣାଯାଉଅଛି।
Jeremiah 49:31 in Oriya 31 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
Ezekiel 26:16 in Oriya 16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
Ezekiel 27:35 in Oriya 35 ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି।
Ezekiel 30:4 in Oriya 4 ପୁଣି, ମିସର ବିରୁଦ୍ଧରେ ଖଡ଼୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକସମୂହକୁ ଘେନି ଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
Ezekiel 32:9 in Oriya 9 “ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।
Ezekiel 33:33 in Oriya 33 ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍ବକ୍ତା ଥିଲେ, ଏହା ସେମାନେ ଜାଣିବେ।
Ezekiel 38:11 in Oriya 11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
Ezekiel 39:6 in Oriya 6 ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Amos 4:2 in Oriya 2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, “ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।
Zephaniah 2:12 in Oriya 12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍ଗ ଦ୍ୱାରା ହତ ହେବ।
Zephaniah 2:15 in Oriya 15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ' ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।
Zechariah 11:2 in Oriya 2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା।
1 Thessalonians 5:2 in Oriya 2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।