Ezekiel 33:11 in Oriya 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
Other Translations King James Version (KJV) Say unto them, As I live, saith the Lord GOD, I have no pleasure in the death of the wicked; but that the wicked turn from his way and live: turn ye, turn ye from your evil ways; for why will ye die, O house of Israel?
American Standard Version (ASV) Say unto them, As I live, saith the Lord Jehovah, I have no pleasure in the death of the wicked; but that the wicked turn from his way and live: turn ye, turn ye from your evil ways; for why will ye die, O house of Israel?
Bible in Basic English (BBE) Say to them, By my life, says the Lord, I have no pleasure in the death of the evil-doer; it is more pleasing to me if he is turned from his way and has life: be turned, be turned from your evil ways; why are you looking for death, O children of Israel?
Darby English Bible (DBY) Say unto them, As I live, saith the Lord Jehovah, I have no pleasure in the death of the wicked; but that the wicked turn from his way and live. Turn ye, turn ye from your evil ways; for why will ye die, O house of Israel?
World English Bible (WEB) Tell them, As I live, says the Lord Yahweh, I have no pleasure in the death of the wicked; but that the wicked turn from his way and live: turn you, turn you from your evil ways; for why will you die, house of Israel?
Young's Literal Translation (YLT) Say unto them, I live -- an affirmation of the Lord Jehovah, I delight not in the death of the wicked, But -- in the turning of the wicked from his way, And he hath lived, Turn back, turn back, from your evil ways, Yea, why do ye die, O house of Israel?
Cross Reference Numbers 14:21 in Oriya 21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
Numbers 14:28 in Oriya 28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
2 Samuel 14:14 in Oriya 14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଙ୍କଳ୍ପ କରନ୍ତି।
Proverbs 1:23 in Oriya 23 ମୋ' ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
Proverbs 8:36 in Oriya 36 ମାତ୍ର ଯେ ମୋ' ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।
Isaiah 49:18 in Oriya 18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 3:22 in Oriya 22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
Jeremiah 22:24 in Oriya 24 ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jeremiah 46:18 in Oriya 18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
Lamentations 3:33 in Oriya 33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
Ezekiel 5:11 in Oriya 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”
Ezekiel 14:6 in Oriya 6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
Ezekiel 14:16 in Oriya 16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
Ezekiel 16:48 in Oriya 48 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।
Ezekiel 18:23 in Oriya 23 ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି ? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ ?
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Daniel 9:13 in Oriya 13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Zephaniah 2:9 in Oriya 9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।
Luke 15:20 in Oriya 20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 26:20 in Oriya 20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଇଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
Romans 14:11 in Oriya 11 ଯେଣୁ ଲେଖା ଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଇଶ୍ବରଙ୍କ ପ୍ରଶଂସା କରିବ।”
1 Timothy 2:4 in Oriya 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
2 Peter 3:9 in Oriya 9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।