Ezekiel 33:15 in Oriya 15 ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।
Other Translations King James Version (KJV) If the wicked restore the pledge, give again that he had robbed, walk in the statutes of life, without committing iniquity; he shall surely live, he shall not die.
American Standard Version (ASV) if the wicked restore the pledge, give again that which he had taken by robbery, walk in the statutes of life, committing no iniquity; he shall surely live, he shall not die.
Bible in Basic English (BBE) If the evil-doer lets one who is in his debt have back what is his, and gives back what he had taken by force, and is guided by the rules of life, doing no evil; life will certainly be his, death will not overtake him.
Darby English Bible (DBY) if the wicked restore the pledge, give again that he had taken by robbery, walk in the statutes of life, doing nothing that is wrong; he shall certainly live, he shall not die.
World English Bible (WEB) if the wicked restore the pledge, give again that which he had taken by robbery, walk in the statutes of life, committing no iniquity; he shall surely live, he shall not die.
Young's Literal Translation (YLT) (The pledge the wicked restoreth, plunder he repayeth,) In the statutes of life he hath walked, So as not to do perversity, He surely liveth -- he doth not die.
Cross Reference Exodus 22:1 in Oriya 1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
Exodus 22:26 in Oriya 26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
Leviticus 6:2 in Oriya 2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
Leviticus 18:5 in Oriya 5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
Numbers 5:6 in Oriya 6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
Deuteronomy 24:6 in Oriya 6 କେହି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।
Deuteronomy 24:10 in Oriya 10 ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
Deuteronomy 24:17 in Oriya 17 ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
Job 22:6 in Oriya 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
Job 24:3 in Oriya 3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।
Job 24:9 in Oriya 9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
Psalm 119:93 in Oriya 93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
Ezekiel 18:7 in Oriya 7 ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
Ezekiel 18:12 in Oriya 12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
Ezekiel 18:16 in Oriya 16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
Ezekiel 18:27 in Oriya 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
Ezekiel 20:11 in Oriya 11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ !
Ezekiel 20:13 in Oriya 13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:21 in Oriya 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Amos 2:8 in Oriya 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Luke 19:8 in Oriya 8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
Revelation 22:12 in Oriya 12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।