Ezekiel 33:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Other Translations King James Version (KJV) Son of man, speak to the children of thy people, and say unto them, When I bring the sword upon a land, if the people of the land take a man of their coasts, and set him for their watchman:
American Standard Version (ASV) Son of man, speak to the children of thy people, and say unto them, When I bring the sword upon a land, and the people of the land take a man from among them, and set him for their watchman;
Bible in Basic English (BBE) Son of man, give a word to the children of your people, and say to them, When I make the sword come on a land, if the people of the land take a man from among their number and make him their watchman:
Darby English Bible (DBY) Son of man, speak to the children of thy people, and say unto them, When I bring the sword upon a land, and the people of the land take one man from among them all, and set him for their watchman:
World English Bible (WEB) Son of man, speak to the children of your people, and tell them, When I bring the sword on a land, and the people of the land take a man from among them, and set him for their watchman;
Young's Literal Translation (YLT) `Son of man, speak unto the sons of thy people, and thou hast said unto them: A land -- when I bring in against it a sword, And the people of the land have taken one man out of their borders, And made him to them for a watchman.
Cross Reference Leviticus 26:25 in Oriya 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
2 Samuel 18:24 in Oriya 24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
2 Kings 9:17 in Oriya 17 ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି ?’”
Isaiah 21:6 in Oriya 6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
Isaiah 56:9 in Oriya 9 ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Jeremiah 12:12 in Oriya 12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 25:31 in Oriya 31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,” ଏହା ସଦାପ୍ରଭୁ କହନ୍ତି।
Jeremiah 47:6 in Oriya 6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
Jeremiah 51:12 in Oriya 12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଙ୍କଳ୍ପ କରି ସିଦ୍ଧ କରିଅଛନ୍ତି।
Ezekiel 3:11 in Oriya 11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।”
Ezekiel 3:27 in Oriya 27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ” !
Ezekiel 6:3 in Oriya 3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
Ezekiel 11:8 in Oriya 8 ତୁମ୍ଭେମାନେ ଖଡ଼୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା।
Ezekiel 14:17 in Oriya 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Ezekiel 21:9 in Oriya 9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ଼୍ଗ, ଖଡ଼୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
Ezekiel 33:7 in Oriya 7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
Ezekiel 33:12 in Oriya 12 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞା ଲଘଂନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।
Ezekiel 33:17 in Oriya 17 ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।
Ezekiel 33:30 in Oriya 30 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।”
Ezekiel 37:18 in Oriya 18 ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେବେଳେ ତୁମ୍ଭଙ୍କୁ କହିବେ, ଏଥିରେ ତୁମ୍ଭର କି ଅଭିପ୍ରାୟ, ଏହା କି ତୁମ୍ଭେ ଆମ୍ଭମାନଙ୍କୁ ଜଣାଇବ ନାହିଁ ?
Hosea 9:8 in Oriya 8 ଇଫ୍ରୟିମ ମୋ' ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”