Ezekiel 33:28 in Oriya 28 ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ।”
Other Translations King James Version (KJV) For I will lay the land most desolate, and the pomp of her strength shall cease; and the mountains of Israel shall be desolate, that none shall pass through.
American Standard Version (ASV) And I will make the land a desolation and an astonishment; and the pride of her power shall cease; and the mountains of Israel shall be desolate, so that none shall pass through.
Bible in Basic English (BBE) And I will make the land a waste and a cause of wonder, and the pride of her strength will come to an end; and the mountains of Israel will be made waste so that no one will go through.
Darby English Bible (DBY) And I will make the land a desolation and an astonishment, and the pride of her strength shall cease; and the mountains of Israel shall be desolated, so that none shall pass through.
World English Bible (WEB) I will make the land a desolation and an astonishment; and the pride of her power shall cease; and the mountains of Israel shall be desolate, so that none shall pass through.
Young's Literal Translation (YLT) And I have made the land a desolation and an astonishment, And ceased hath the excellency of its strength, And desolated have been mountains of Israel, Without any one passing through.
Cross Reference 2 Chronicles 36:21 in Oriya 21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
Isaiah 6:11 in Oriya 11 ତେବେ ମୁଁ କହିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Jeremiah 9:11 in Oriya 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।
Jeremiah 16:16 in Oriya 16 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
Jeremiah 25:11 in Oriya 11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।”
Jeremiah 44:2 in Oriya 2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
Jeremiah 44:6 in Oriya 6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।”
Jeremiah 44:22 in Oriya 22 ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି।
Ezekiel 6:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍-ବାକ୍ୟ ପ୍ରଚାର କର,
Ezekiel 6:14 in Oriya 14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 7:24 in Oriya 24 ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
Ezekiel 12:20 in Oriya 20 ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 15:8 in Oriya 8 ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Ezekiel 30:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍ଗ ଦ୍ୱାରା ପତିତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 36:4 in Oriya 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
Ezekiel 36:34 in Oriya 34 ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।
Micah 7:13 in Oriya 13 ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
Zechariah 7:13 in Oriya 13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,