Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Other Translations King James Version (KJV) And they come unto thee as the people cometh, and they sit before thee as my people, and they hear thy words, but they will not do them: for with their mouth they shew much love, but their heart goeth after their covetousness.
American Standard Version (ASV) And they come unto thee as the people cometh, and they sit before thee as my people, and they hear thy words, but do them not; for with their mouth they show much love, but their heart goeth after their gain.
Bible in Basic English (BBE) And they come to you as my people come, and are seated before you as my people, hearing your words but doing them not: for deceit is in their mouth and their heart goes after profit for themselves.
Darby English Bible (DBY) And they come unto thee as a people cometh, and they sit before thee [as] my people, and they hear thy words, but they do them not; for with their mouth they shew much love, [but] their heart goeth after their dishonest gain.
World English Bible (WEB) They come to you as the people comes, and they sit before you as my people, and they hear your words, but don't do them; for with their mouth they show much love, but their heart goes after their gain.
Young's Literal Translation (YLT) And they come in unto thee as the coming in of a people, And they sit before thee -- My people, And have heard thy words, and they do them not, For doting loves with their mouth they are making, After their dishonest gain their heart is going.
Cross Reference Deuteronomy 5:28 in Oriya 28 ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, “ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
Psalm 78:36 in Oriya 36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
Isaiah 28:13 in Oriya 13 ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।
Isaiah 29:13 in Oriya 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 23:33 in Oriya 33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?' ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।'
Jeremiah 43:1 in Oriya 1 ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
Jeremiah 44:16 in Oriya 16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
Ezekiel 8:1 in Oriya 1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୂଦାର ପ୍ରାଚୀନମାନେ ମୋ' ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା।
Ezekiel 14:1 in Oriya 1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ' ନିକଟକୁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 20:1 in Oriya 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 22:27 in Oriya 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Matthew 6:24 in Oriya 24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ।
Matthew 7:24 in Oriya 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Matthew 13:22 in Oriya 22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Matthew 19:22 in Oriya 22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
Luke 6:48 in Oriya 48 ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
Luke 8:21 in Oriya 21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା' ଓ ଭାଇମାନେ।
Luke 10:39 in Oriya 39 ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
Luke 11:28 in Oriya 28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ।
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Acts 10:33 in Oriya 33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଇଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
James 1:22 in Oriya 22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
James 2:14 in Oriya 14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ?
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?