Ezekiel 33:7 in Oriya 7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
Other Translations King James Version (KJV) So thou, O son of man, I have set thee a watchman unto the house of Israel; therefore thou shalt hear the word at my mouth, and warn them from me.
American Standard Version (ASV) So thou, son of man, I have set thee a watchman unto the house of Israel; therefore hear the word at my mouth, and give them warning from me.
Bible in Basic English (BBE) So you, son of man, I have made you a watchman for the children of Israel; and you are to give ear to the word of my mouth and give them news from me of their danger.
Darby English Bible (DBY) So thou, son of man, I have set thee a watchman unto the house of Israel; and thou shalt hear the word from my mouth, and warn them from me.
World English Bible (WEB) So you, son of man, I have set you a watchman to the house of Israel; therefore hear the word at my mouth, and give them warning from me.
Young's Literal Translation (YLT) And thou, son of man, A watchman I gave thee to the house of Israel, And thou hast heard from My mouth a word, And thou hast warned them from Me.
Cross Reference 1 Kings 22:14 in Oriya 14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
1 Kings 22:16 in Oriya 16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
2 Chronicles 19:10 in Oriya 10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
Song of Solomon 3:3 in Oriya 3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
Song of Solomon 5:7 in Oriya 7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ'ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Jeremiah 1:17 in Oriya 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Jeremiah 6:27 in Oriya 27 ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ୱରୂପ କରିଅଛୁ।
Jeremiah 23:28 in Oriya 28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”
Jeremiah 26:2 in Oriya 2 “ଯଥା, ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
Jeremiah 31:6 in Oriya 6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।”
Ezekiel 2:7 in Oriya 7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
Ezekiel 3:17 in Oriya 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Micah 7:4 in Oriya 4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
Acts 5:20 in Oriya 20 “ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।”
Acts 20:20 in Oriya 20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
Acts 20:26 in Oriya 26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
1 Corinthians 11:23 in Oriya 23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
1 Corinthians 15:3 in Oriya 3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।