Ezekiel 34:26 in Oriya 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
Other Translations King James Version (KJV) And I will make them and the places round about my hill a blessing; and I will cause the shower to come down in his season; there shall be showers of blessing.
American Standard Version (ASV) And I will make them and the places round about my hill a blessing; and I will cause the shower to come down in its season; there shall be showers of blessing.
Bible in Basic English (BBE) And I will give the rain at the right time, and I will make the shower come down at the right time; there will be showers of blessing.
Darby English Bible (DBY) And I will make them and the places round about my hill a blessing; and I will cause the shower to come down in its season: there shall be showers of blessing.
World English Bible (WEB) I will make them and the places round about my hill a blessing; and I will cause the shower to come down in its season; there shall be showers of blessing.
Young's Literal Translation (YLT) And I have given them, and the suburbs of my hill, a blessing, And caused the shower to come down in its season, Showers of blessing they are.
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Leviticus 26:4 in Oriya 4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
Deuteronomy 11:13 in Oriya 13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Deuteronomy 28:12 in Oriya 12 ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 68:9 in Oriya 9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
Psalm 68:16 in Oriya 16 ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
Psalm 132:14 in Oriya 14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
Psalm 133:3 in Oriya 3 ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 19:24 in Oriya 24 ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
Isaiah 32:15 in Oriya 15 ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
Isaiah 32:20 in Oriya 20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Isaiah 56:7 in Oriya 7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
Ezekiel 20:40 in Oriya 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
Micah 4:1 in Oriya 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Zechariah 8:13 in Oriya 13 ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,