Ezekiel 34:29 in Oriya 29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
Other Translations King James Version (KJV) And I will raise up for them a plant of renown, and they shall be no more consumed with hunger in the land, neither bear the shame of the heathen any more.
American Standard Version (ASV) And I will raise up unto them a plantation for renown, and they shall be no more consumed with famine in the land, neither bear the shame of the nations any more.
Bible in Basic English (BBE) And I will give them planting-places of peace, and they will no longer be wasted from need of food or put to shame by the nations.
Darby English Bible (DBY) And I will raise up for them a plant of renown, and they shall be no more consumed with hunger in the land, neither bear the ignominy of the nations any more.
World English Bible (WEB) I will raise up to them a plantation for renown, and they shall be no more consumed with famine in the land, neither bear the shame of the nations any more.
Young's Literal Translation (YLT) And I have raised for them a plant for renown, And they are no more consumed by hunger in the land, And they bear no more the shame of the nations.
Cross Reference Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 11:1 in Oriya 1 ଏଥିଉତ୍ତାରେ ଯିଶୟର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
Isaiah 49:9 in Oriya 9 ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Ezekiel 34:26 in Oriya 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
Ezekiel 36:3 in Oriya 3 ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
Ezekiel 36:15 in Oriya 15 ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 36:29 in Oriya 29 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
Zechariah 3:8 in Oriya 8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Revelation 7:16 in Oriya 16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,