Ezekiel 36:37 in Oriya 37 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
Other Translations King James Version (KJV) Thus saith the Lord GOD; I will yet for this be enquired of by the house of Israel, to do it for them; I will increase them with men like a flock.
American Standard Version (ASV) Thus saith the Lord Jehovah: For this, moreover, will I be inquired of by the house of Israel, to do it for them: I will increase them with men like a flock.
Bible in Basic English (BBE) This is what the Lord has said: The children of Israel will again make prayer to me for this, that I may do it for them; I will make them increased with men like a flock.
Darby English Bible (DBY) Thus saith the Lord Jehovah: I will yet for this be inquired of by the house of Israel, to do it unto them; I will increase them with men like a flock.
World English Bible (WEB) Thus says the Lord Yahweh: For this, moreover, will I be inquired of by the house of Israel, to do it for them: I will increase them with men like a flock.
Young's Literal Translation (YLT) Thus said the Lord Jehovah: Yet this I am required, By the house of Israel to do to them, I multiply them as a flock of men,
Cross Reference Psalm 10:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
Psalm 102:17 in Oriya 17 ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 29:11 in Oriya 11 କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍କଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ।
Jeremiah 50:4 in Oriya 4 ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
Ezekiel 14:3 in Oriya 3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
Ezekiel 20:3 in Oriya 3 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।”
Ezekiel 20:31 in Oriya 31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Zechariah 10:9 in Oriya 9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 10:21 in Oriya 21 ପୁଣି, ଇଶ୍ବରଙ୍କ ମନ୍ଦିର ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ
James 4:2 in Oriya 2 ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
1 John 5:14 in Oriya 14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।