Ezekiel 39:21 in Oriya 21 ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।
Other Translations King James Version (KJV) And I will set my glory among the heathen, and all the heathen shall see my judgment that I have executed, and my hand that I have laid upon them.
American Standard Version (ASV) And I will set my glory among the nations; and all the nations shall see my judgment that I have executed, and my hand that I have laid upon them.
Bible in Basic English (BBE) And I will put my glory among the nations, and all the nations will see my punishments which I have put into effect, and my hand which I have put on them.
Darby English Bible (DBY) And I will set my glory among the nations, and all the nations shall see my judgment which I have executed, and my hand which I have laid upon them.
World English Bible (WEB) I will set my glory among the nations; and all the nations shall see my judgment that I have executed, and my hand that I have laid on them.
Young's Literal Translation (YLT) And I have given My honour among nations, And seen have all the nations My Judgment that I have done, And My hand that I have laid on them.
Cross Reference Exodus 7:4 in Oriya 4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।
Exodus 8:19 in Oriya 19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Exodus 9:16 in Oriya 16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
Exodus 14:4 in Oriya 4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
1 Samuel 5:7 in Oriya 7 ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।
1 Samuel 5:11 in Oriya 11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
1 Samuel 6:9 in Oriya 9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବୈଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।
Psalm 32:4 in Oriya 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ' ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। ସେଲା
Isaiah 26:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Ezekiel 36:23 in Oriya 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 38:16 in Oriya 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Ezekiel 38:23 in Oriya 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 39:13 in Oriya 13 ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ୱରୂପ ହେବ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”