Ezekiel 39:25 in Oriya 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
Other Translations King James Version (KJV) Therefore thus saith the Lord GOD; Now will I bring again the captivity of Jacob, and have mercy upon the whole house of Israel, and will be jealous for my holy name;
American Standard Version (ASV) Therefore thus saith the Lord Jehovah: Now will I bring back the captivity of Jacob, and have mercy upon the whole house of Israel; and I will be jealous for my holy name.
Bible in Basic English (BBE) For this cause the Lord has said, Now I will let the fate of Jacob be changed, and I will have mercy on all the children of Israel, and will take care of the honour of my holy name.
Darby English Bible (DBY) Therefore, thus saith the Lord Jehovah: Now will I bring again the captivity of Jacob, and have mercy upon the whole house of Israel, and will be jealous for my holy name:
World English Bible (WEB) Therefore thus says the Lord Yahweh: Now will I bring back the captivity of Jacob, and have mercy on the whole house of Israel; and I will be jealous for my holy name.
Young's Literal Translation (YLT) Therefore, thus said the Lord Jehovah: Now do I bring back the captivity of Jacob, And I have pitied all the house of Israel, And have been zealous for My holy name.
Cross Reference Isaiah 27:12 in Oriya 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Isaiah 56:8 in Oriya 8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
Jeremiah 3:18 in Oriya 18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
Jeremiah 23:3 in Oriya 3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Jeremiah 30:3 in Oriya 3 କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,ଏପରି ସମୟ ଆସୁଅଛି;' ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।'”
Jeremiah 30:10 in Oriya 10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।'
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Jeremiah 31:3 in Oriya 3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Jeremiah 32:37 in Oriya 37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Jeremiah 33:7 in Oriya 7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
Ezekiel 20:40 in Oriya 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
Ezekiel 34:13 in Oriya 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
Ezekiel 36:4 in Oriya 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
Ezekiel 36:21 in Oriya 21 ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Hosea 1:11 in Oriya 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Joel 2:18 in Oriya 18 ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Zechariah 1:14 in Oriya 14 ତହିଁରେ ମୋ' ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, “ତୁମ୍ଭେ ଘୋଷଣା କରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଇର୍ଷାରେ ଇର୍ଷାନ୍ୱିତ ଅଛୁ।'”
Zechariah 8:2 in Oriya 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।
Romans 11:26 in Oriya 26 ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।”